ମହିଳା ସୁରକ୍ଷା ନାଁରେ ସରକାର ଭୁଆଁ ବୁଲାଉଛନ୍ତି ଜିଲାପାଳଙ୍କ ଅଫିସ ଘେରିଲା କଂଗ୍ରେସ

ନୂଆପଡ଼ା,୧୦ା୩ (ମକାରୁ ବେମାଲ): ରାଜ୍ୟରେ ଏସ୍‌ସି,ଏସ୍‌ଟି, ଓବିସି ମହିଳା ଓ ନାବାଳିକାଙ୍କ ଉପରେ ଅପରାଧ ବୃଦ୍ଧି ପାଉଥିଲେ ମଧ୍ୟ ରାଜ୍ୟ ସରକାର ଏହାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି। ଏହାକୁ ନେଇ ସୋମବାର ଜିଲା କଂଗ୍ରେସ କମିଟି ରାସ୍ତାକୁ ଓହ୍ଲାଇଛି। ସଭାପତି ସୁରେଶ ଆଜାଦଙ୍କ ନେତୃତ୍ୱରେ ଶତାଧିକ ମହିଳା ଓ ପୁରୁଷ କର୍ମକର୍ତ୍ତା ଶୋଭାଯାତ୍ରାରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ପରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ଏକ ସ୍ମାରକ ପତ୍ର ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଏତଙ୍କୁ ପ୍ରଦାନ କରିଥିଲେ ା
କର୍ମକର୍ତ୍ତା ଦର୍ଶାଇଥିଲେ, ରାଜ୍ୟରେ ଭାଜପା ସରକାର ଆସିଲା ଦିନଠାରୁ ଅପରାଧ ବଢିବାରେ ଲାଗିଛି। ବିଶେଷକରି ଆଦିବାସୀ, ହରିଜନ ଓ ପଛୁଆବର୍ଗର ମହିଳା, ଶିଶୁ ଓ ନାବାଳିକାଙ୍କ ଉପରେ ଅତ୍ୟାଚାର ବଢୁଛି। ଥାନାକୁ ଏତଲା ଦେବାକୁ ଗଲେ ତାହା ରଖାଯାଉ ନାହିଁ। ଗତ ୫ବର୍ଷ ମଧ୍ୟରେ ରାଜ୍ୟରେ ୩୬ ହଜାର ୪୨୦ ଜଣ ମହିଳା, ୮ ହଜାର ୪୦୩ ଜଣ ଶିଶୁ ଓ ନାବାଳିକା ବଳାତ୍କାର ଓ ହତ୍ୟାର ଶିକାର ହୋଇଛନ୍ତି। ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଦିଆଯାଉଥିଲେ ମଧ୍ୟ ଦୋଷୀ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ମହିଳା ସୁରକ୍ଷା ନାଁରେ ସରକାର ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ା ଏଣୁ ଅପରାଧୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ସହ ବିଦ୍ୟାଳୟ ଯାଉଥିବା ଛାତ୍ରୀମାନଙ୍କୁ ସୁରକ୍ଷା ପ୍ରଦାନ କରାଯାଉ ବୋଲି କଂଗ୍ରେସ ଦାବି କରିଛି। ଏହି ସମୟରେ ପୂର୍ବତନ ଜିଲା ସଭାପତି ଘାସିରାମ ମାଝି, ଜିଲା ପରିଷଦ ସଦସ୍ୟ ଭରତଲାଲ ରାଉତ, ଖଡିଆଳ ବିଧାନ ସଭା ପ୍ରାର୍ଥୀ କମଳ ଚରଣ ତାଣ୍ଡି, ଜୁନେଦ ମହମ୍ମଦ, ଶାହରୁଖ ଖାନ, ଯୁବ କଂଗ୍ରେସ ଜିଲା ସଭାପତି ଅମିତ କୁମାର ଅହିର, ଅଭୟ ଶଙ୍କର ଯୋଶୀ, ଦେବଦତ୍ତ ଦୀକ୍ଷିତ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?