ମହିଳା ସେଲିବ୍ରିଟିଙ୍କୁ ମହାକାଶ ପଠାଇଲା ବ୍ଲୁ ଅରିଜିନ୍‌

ଓ୍ବାଶିଂଟନ,୧୪।୪:ପପ୍‌ ଗାୟିକା କେଟି ପେରୀ ଏବଂ ଆମେରିକୀୟ ଟିଭି ବ୍ୟକ୍ତିତ୍ୱ ଗେଲେ କିଙ୍ଗ୍‌ଙ୍କ ସମେତ ୬ ମହିଳା ସେଲିବ୍ରିଟିଙ୍କୁ ନେଇ ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ୍‌ର ସ୍ପେସ୍‌କ୍ରାଫ୍ଟ ସୋମବାର ମହାକାଶକୁ ଯାଇଛି। ସେଲିବ୍ରିଟଙ୍କ ସହ ବେଜୋସ୍‌ଙ୍କ ପ୍ରେମିକା ଲୌରେନ୍‌ ସାଞ୍ଚେଜ୍‌ ମଧ୍ୟ ମହାକାଶ ଯାଇଛନ୍ତି। ପୂର୍ବରୁ କେବଳ ପେସାଦାର ମହାକାଶଚାରୀମାନେ ମାଧ୍ୟାକର୍ଷଣଶୂନ୍ୟ ଅଞ୍ଚଳରେ ପ୍ରବେଶ ସୁଯୋଗ ପାଉଥିବାବେଳେ ସ୍ପେସ୍‌ ଟ୍ୟୁରିଜମ୍‌ ଅନ୍ୟମାନଙ୍କୁ ଏହି ସୁଯୋଗ ଦେଇଛି। ଧନୀ ଏବଂ ପ୍ରସିଦ୍ଧି ଲାଭ କରିଥିବା ଲୋକମାନେ ମହାକାଶକୁ ଯାଇପାରୁଛନ୍ତି। ମହିଳା ସେଲିବ୍ରିଟିମାନଙ୍କୁ ନେଇ ନ୍ୟୁ ଶେପାର୍ଡ ରକେଟ୍‌ ସ୍ଥାନୀୟ ସମୟ ସକାଳ ୯ଟା ୩୧ ମିନିଟ୍‌ (ଭାରତୀୟ ସମୟ ରାତି ୭ଟା)ରେ ଓ୍ବେଷ୍ଟ ଟେକ୍ସାସ୍‌ରୁ ମହାକାଶ ଅଭିମୁଖେ ଯାତ୍ରା ଆରମ୍ଭ କରିଛି। ଏହା ୧୦୭ କିଲୋମିଟର ଅତିକ୍ରମ କରିବା ପରେ ସେଲିବ୍ରିଟିମାନେ ଓଜନହୀନତାର ଅନୁଭୂତି ହାସଲ କରିବେ। ସାଞ୍ଚେଜ୍‌ ଜଣେ ହେଲିକପ୍ଟର ପାଇଲଟ୍‌ ଏବଂ ପୂର୍ବତନ ଟିଭି ଜର୍ନାଲିଷ୍ଟ ହୋଇଥିବାବେଳେ ପେରୀ ଜଣେ ଖ୍ୟାତନାମା ଗାୟିକା। ଅନ୍ୟମାନଙ୍କ ମଧ୍ୟରେ ଫିଲ୍ମ ନିର୍ମାତା କେରିଆନେ ଫ୍ଲିନ୍‌, ନାସାର ପୂର୍ବତନ ଇଞ୍ଜିନିୟର ଐଶା ବୋଓ୍ବେ ଏବଂ ବୈଜ୍ଞାନିକ ଆମଣ୍ଡା ଏନ୍‌ଗୁୟେନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri