ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ଫାର୍ମାସିଷ୍ଟ ଗିରଫ

ଜି.ଉଦୟଗିରି,୨୧ା୬(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କେ.ନୂଆଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଏକ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଜଣେ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଫାର୍ମାସିଷ୍ଟ ଦୁର୍ବ୍ୟବହାର କରିଥିବା ସାରଙ୍ଗଗଡ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସମ୍ପୃକ୍ତ ଫାର୍ମାସିଷ୍ଟଙ୍କୁ ଗିରଫ କରିଛି। ସେ ହେଲେ ପ୍ରଭାତ ଚନ୍ଦ୍ର ଦାସ।
ମହିଳା ସ୍ବାସ୍ଥ୍ୟକର୍ମୀ ଦେଇଥିବା ଏତଲା ଅନୁଯାୟୀ, ଫାର୍ମାସିଷ୍ଟ ଜଣଙ୍କ ତାଙ୍କୁ ଗାଳିଗୁଲଜ କରିବା ସହ ବିଭିନ୍ନ ସମୟରେ ଜାତିଆଣ ମନ୍ତବ୍ୟ ଦେଉଥିଲେ। ଏନେଇ ସେ ବିଭାଗୀୟ ଉଚ୍ଚ ଅଧିକାରୀଙ୍କୁ ମଧ୍ୟ ଜଣାଇଥିଲେ। ମାତ୍ର ଏହାପରେ ମଧ୍ୟ ତାଙ୍କ ଆଚରଣରେ ପରିବର୍ତ୍ତନ ହୋଇ ନ ଥିଲା। ତେଣୁ ସେ ବାଧ୍ୟ ହୋଇ ଥାନାରେ ଅଭିଯୋଗ କରିଥିବା ଉଲ୍ଲେଖ କରିଛନ୍ତି। ସାରଙ୍ଗଡ ଥାନା ଅଧିକାରୀ ଅନିତା କିଡୋ ଓ ଜି. ଉଦୟଗିରି ଏସ୍‌ଡିପିଓ ଜୟକୃଷ୍ଣ ବେହେରା ମାମଲା (ନଂ.୩୭/୨୦) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ। ଫାର୍ମାସିଷ୍ଟ ଦାସଙ୍କୁ ରବିବାର ଗିରଫ କରାଯାଇଥିବା ଏସ୍‌ଡିପିଓ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri