ମହୀଧରପୁରରେ ପୃଥକ୍‌ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ଅନୁଗୋଳ ଅଫିସ,୧୨।୧୦: ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ମହୀଧରପୁରରେ ଶନିବାର ୨ଟି ସ୍ଥାନରେ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଶୁଶୁଡା ଅଞ୍ଚଳର ନରେଶ ମାହାଳିକ(୩୨) ଓରଫ ପିଣ୍ଟୁ। ଗୁରୁତର ଦ୍ୱୟ ହେଲେ ଶୁଶୁଡା ଅଞ୍ଚଳର ସତ୍ୟବ୍ରତ ମହାପାତ୍ର ଓ ଫୁଲପଡା ଅଞ୍ଚଳର ଯଶବନ୍ତ ତ୍ରିପାଠୀ।
ସୂଚନାଯୋଗ୍ୟ, ପିଣ୍ଟୁ ଓ ସତ୍ୟବ୍ରତ ବାଇକ୍‌ (ଓଡି୧୯ କେ ୭୦୫୨) ଯୋଗେ ମହୀଧରପୁରରୁ ଅନୁଗୋଳ ଅଭିମୁଖେ ଯାଉଥିଲେ। ହାଟଛକ ନିକଟରେ ଏକ ୪୦୭ ଟ୍ରକ୍‌ ତାଙ୍କୁ ସମ୍ମୁଖରୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ପିଣ୍ଟୁଙ୍କୁ ମୃତ ଘୋଷଣା କରିଥିଲେ।
ସେହିପରି ମହୀଧରପୁର କାଜୁ ସାହିର ଯଶବନ୍ତ ବାଇକ୍‌ ଯୋଗେ ଅନୁଗୋଳ ଅଭିମୁଖେ ଯାଉଥିବା ବେଳେ ଏକ ଟିପ୍ପର ଗାଡ଼ି (ଓଡି ୧୫ ଏସ ୫୪୪୫) ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ଦୁର୍ଘଟଣା ଘଟାଇଥିବା ମିନିଟ୍ରକ୍‌ ଏବଂ ଟିପ୍ପର ଗାଡି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri