ମହୁମାଛି ଆକ୍ରମଣରେ ଯୁବକଙ୍କ ପ୍ରାଣଗଲା, ୨ ଗୁରୁତର

କପ୍ତିପଦା,୧୦ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମାଙ୍କଡ଼ପଡ଼ା ପଞ୍ଚାୟତ ଅନ୍ତର୍ଗତ ଚେମଚଟା ଗ୍ରାମରେ ମଙ୍ଗଳବାର ମହୁମାଛି ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିତ୍ବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଜଙ୍ଗଲକୁ ମହୁ ସଂଗ୍ରହ କରିବାକୁ ଯାଇ ସେମାନେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ। ଏହି ଘଟଣାରେ ଅନ୍ୟ ୪ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ ସେହି ଗ୍ରାମର ସନିଆ ଭକ୍ତା। ଆହତ ରଞ୍ଜନ କଟୁଆଳ ଓ ଆକାଶ ନାଏକ ଚିକିତ୍ସା ପାଇଁ ଉଦଳା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା (ନଂ. ୧୨/୨୦)ରୁଜୁ କରିଛି।
ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ଉକ୍ତ ଗ୍ରାମର ୭ ଜଣ ଯୁବକ ନିକଟସ୍ଥ ଜଙ୍ଗଲକୁ ମହୁ ସଂଗ୍ରହ କରିବାକୁ ଯାଇଥିଲେ। ମୃତ ସନିଆ, ଆହତ ରଞ୍ଜନ ଏବଂ ଆକାଶ ମହୁ ସଂଗ୍ରହ କରିବାକୁ ଗଛରେ ଚଢିଥିଲେ। ଏହି ସମୟରେ ମହୁମାଛିଗୁଡ଼ିକ ଉଡ଼ି ବୁଲିବା ସହିତ ଗଛରେ ଚଢିଥିବା ଉକ୍ତ ୩ଜଣଙ୍କୁ ଆକ୍ରମଣ କରିଥିଲେ। ଖବରପାଇ ପରିବାର ଓ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରି ବିଳମ୍ବିତ ରାତିରେ ଉଦଳା ଡାକ୍ତଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ସନିଆଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri