ମହୁଲୀ ମଦ ବିକ୍ରି ବେଳେ ଜଣେ ଗିରଫ

କେନ୍ଦୁଝର,୨୬ା୪ (ସ୍ବ.ପ୍ର.)-ସଦର ଥାନା ଅନ୍ତର୍ଗତ କଣ୍ଡରାପଶି ଗ୍ରାମରେ ଚୋରା ଦେଶୀ ମହୁଲି ମଦ କାରବାର ବେଧଡ଼କ ଭାବେ ଚାଲିଥିଲା। ପୋଲିସ ଖବର ପାଇ ଉକ୍ତ ସ୍ଥାନରେ ଚଢ଼ାଉ କରି ମୁନା ନାମକ ଜଣେ ବେପାରୀକୁ ଗିରଫ କରିିଛି। ଏଥିରେ ସମ୍ପୃକ୍ତ ବେପାରୀ ଜଣକ ପର୍ଜନପୁର ପଞ୍ଚାୟତର କସିରା ଅଞ୍ଚଳରୁ ବୋତଲ ପିଛା ୬୦ଟଙ୍କାରେ ମହୁଲୀ ମଦ କିଣି ଆଣି ଏଠାରେ ୯୦ଟଙ୍କା ଦରରେ ବିକ୍ରି କରୁଥିଲେ। ତେଲିବନ୍ଧ ନିକଟରେ ଉକ୍ତ ମଦ ବିକ୍ରି ଚାଲିଥିବା ବେଳେ ସଦର ଥାନା ପୋଲିସକୁ ସ୍ଥାନୀୟ ମହିଳା ମାନେ ସୂଚନା ଦେଇଥିଲେ। ଫଳରେ ରବିବାର ଅପରାହ୍ନ ପ୍ରାୟ ୫ଟା ସମୟରେ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ମଦ ଜବତ ଜବତ କରିବା ସହ ଉକ୍ତ ଚୋରା କାରବାରରେ ସମ୍ପୃକ୍ତ ମଦ ବେପାରୀଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନ ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କଲେ ବିରାଟ-ଅନୁଷ୍କା, ଫଟୋ ଶେୟାର କରି କହିଲେ ମୋ’ ଜୀବନର…

ମୁମ୍ବାଇ: କ୍ରିକେଟର ବିରାଟ କୋହଲି ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ୨୦୨୫କୁ ବିଦାୟ ଦେବା ସମୟରେ ଏକ ବିଶେଷ ମୁହୂର୍ତ୍ତକୁ ଶେୟାର କରି ଏକ...

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନୈତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…

କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri