ମହୁଲ ଫୁଲର ଅଭାବୀ ବିକ୍ରି

ଭବାନୀପାଟଣା/କୋକସରା,୨୭।୪(ସ୍ବ.ପ୍ର/ଡି.ଏନ.ଏ.): ମହୁଲ ଫୁଲର ବାସ୍ନାରେ ମହକୁଛି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ଟାଣ ଖରା ବଡିବା ସାଙ୍ଗକୁ ମହୁଲ ଗଛରୁ ଠପ୍‌ଠପ୍‌ ଝରି ପଡୁଛି ପଡୁଛି ଫୁଲ। ପାହାନ୍ତିଆରୁ ମହୁଲ ଫୁଲ ଗୋଟାଇବାକୁ ଭିଡ ଜମାଉନ୍ତି ଆଦିବାସୀ ପରିବାରର ମହିଳା ଓ ପିଲାଛୁଆ। ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳୁଛି କଳାହାଣ୍ଡି ଜିଲା କୋକସରା ବ୍ଲକର ସାହାଜଖୋଲ ଜଙ୍ଗଲକୁ ଲାଗି ରହିଥିବା ଆମପାଣି, ବରାଡଙ୍ଗା, ବଡ଼ପୋଡାଗୁଡା,ମହିମା, ଗୋତମୁଣ୍ଡା, ପୋଡାଗୁଡା, ଡୁଡୁକାଠେଙ୍ଗା ପଞ୍ଚାୟତର ଆଦିବାସୀ ବହୁଳ ଗ୍ରାମରେ। ତେବେ ମହୁଲ ଫୁଲ ବିକ୍ରି ଉପରେ ଏହି ସମୟରେ ପ୍ରତିବନ୍ଧକ ସାଜିଛି ଲକ୍‌ଡାଉନ। ଏହି ଅଞ୍ଚଳରେ ସାଧାରଣତଃ ମଦଭାଟିଗୁଡିକ ମହୁଲ ଫୁଲ କିଣିଥାନ୍ତି। ଲକ୍‌ଡାଉନ ଯୋଗୁ ମଦଭାଟି ସବୁ ବନ୍ଦ ରହିଥିବାରୁ ମହୁଲ ଫୁଲ କେହି କିଣୁ ନାହାନ୍ତି। ଏହିସ୍ଥିତିରେ ଅଭାବରେ ଦିନ କାଟୁଥିବା ଆଦିବାସୀ ପରିବାର ପାଇଁ ତେଲ ଲୁଣର ଚିନ୍ତା ବଢିଛି। ଅପରପକ୍ଷରେ ଲଘୁବନଜାତ ଦ୍ରବ୍ୟ ପାଇଁ କୌଣସି ବଜାର ବ୍ୟବସ୍ଥା ନ ଥିବା ଯୋଗୁଁ ମହୁଲ ଫୁଲ ଗୋଟାଳିମାନେ ଅଭାବୀ ବିକ୍ରିର ଶିକାର ହେଉଛନ୍ତି। ପଞ୍ଚାୟତସ୍ତରରେ ମହୁଲ ଫୁଲ କିଣାବିକାର ନିୟମ ଥିଲେ ମଧ୍ୟ ଜିଲା ପଞ୍ଚାୟତ ଅଧିକାରୀମାନେ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି। ଅନ୍ୟନୋପାୟ ହୋଇ ସେମାନେ କମ୍‌ଦରରେ ଗୋଟାଇ ଥିବା ମହୁଲ ଫୁଳକୁ ମଧ୍ୟସ୍ଥଙ୍କ ହାତରେ ଟେକି ଦେଉଛନ୍ତି। କରୋନା ଆର୍ଥିକ ସ୍ଥିତିକୁ ବିଗାଡି ଦେଇଥିବା େqବଳେ ମହୁଲ ଫୁଲର ଅଭାବୀ ବିକ୍ରି ଆଦିବାସୀ ପରିବାରର ଜୀବନ ଜୀବିକା ଉପରେ ଗଭୀର ପ୍ରଭାବ ପକାଇଛି। ଏ ଦିଗରେ ଜିଲା ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri