ମହେନ୍ଦ୍ର ହାଇସ୍କୁଲରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ଗୋଟିଏ ହଲ୍‌ରେ ୧୫୦ ପିଲା

ଆଠମଲ୍ଲିକ,୧୧ା୮(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମାସ୍ଥିତ ବହୁ ପୁରାତନ ମହେନ୍ଦ୍ର ହାଇସ୍କୁଲ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଏଠାରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଉପଯୁକ୍ତ ଶିକ୍ଷା ପ୍ରଦାନରେ ସମସ୍ୟା ହେଉଥିଲେ ହେଁ ବିଭାଗୀୟ ଉଦସୀନତା ଯୋଗୁ ଏହାର ସମାଧାନ ହୋଇପାରୁ ନ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମବାସୀ ତଥା ଅଭିଭାବକଙ୍କ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।
୧୯୪୭ରେ ଭିକ୍ଟୋରିଆ ଏମଇ ସ୍କୁଲରୁ ମହେନ୍ଦ୍ର ହାଇସ୍କୁଲରେ ପରିଣତ ହୋଇଥିବା ଏହି ବିଦ୍ୟାଳୟରେ ଶିକ୍ଷକ ଓ ଶ୍ରେଣୀଗୃହ ଅଭାବ ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ମୋଟ ୬୩୮ ଛାତ୍ରୀଛାତ୍ରଙ୍କ ପାଇଁ ଏଠାରେ ୨୦ ପରିବର୍ତ୍ତେ ମାତ୍ର ୧୦ ଜଣ ଶିକ୍ଷକ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଶିକ୍ଷୟିତ୍ରୀ ଦୀର୍ଘ ଦିନ ହେଲା ଛୁଟିରେ ଅଛନ୍ତି। ଗତ ଏପ୍ରିଲଠାରୁ ହାଇସ୍କୁଲର ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡିଛି। ସେହିପରି ଜଣେ ଲେଖାଏ ଟ୍ରେଣ୍ଡ ଗ୍ରାଜୁଏଟ୍‌ (ଆଟର୍‌ସ, ସାଇନ୍ସ), ଟ୍ରେଣ୍ଡ ଇଣ୍ଟରମିଡିଏଟ୍‌ ୨ ଜଣ, ଟ୍ରେଣ୍ଡ ମାଟ୍ରିକ୍‌ ୨ ଜଣ, ପିଇଟି ଶିକ୍ଷକ ପଦବୀ ବର୍ଷ ବର୍ଷ ଧରି ଖାଲି ପଡିଛି। ଶିକ୍ଷକ ଅଭାବ ଯୋଗୁ ନବମ ଶ୍ରେଣୀର ୧୫୦ ଜଣ ଛାତ୍ରୀଛାତ୍ର ଗୋଟିଏ ହଲରେ ବସି ପାଠ ପଢିବାକୁ ବାଧ୍ୟ ହେଉଛନ୍ତି। ନବମରେ ୪ଟି ସେକ୍ସନ୍‌ ପରିବର୍ତ୍ତେ ଗୋଟିଏ ସେକ୍ସନ୍‌ରେ କ୍ଲାସ୍‌ ଚାଲିଥିବାରୁ ଛାତ୍ରୀଛାତ୍ର ବହୁ ହଇରାଣ ହେଉଛନ୍ତି। ସେହିପରି ୧୦ମ ଶ୍ରେଣୀରେ ୧୬୬ ଛାତ୍ରୀଛାତ୍ର ରହିଥିବା ମାତ୍ର ୨ଟି ସେକ୍ସସନ୍‌ରେ ପାଠପଢା ଚାଲିଛି। ଏଥିସହ ସ୍କୁଲର କିରାନି, ପିଅନ, ରାତ୍ର ଜଗୁଆଳି ପଦବୀ ମଧ୍ୟ ପୂରଣ କରାଯାଉନାହିଁ। ଭିତ୍ତିଭୂମିର ବିକାଶ କରାଯାଉ ନ ଥିବାରୁ ପିଲାମାନେ ପାଠପଢା ସହ ଖେଳକୁଦରୁ ମଧ୍ୟ ବଞ୍ଚିତ ହେଉଛନ୍ତି। ତୁରନ୍ତ ଏ ଦିଗରେ ସରକାରଙ୍କ ପକ୍ଷରୁ ଦୃଷ୍ଟି ଦିଆଯିବାକୁ ଦାବି ହୋଇଛି। ଏ ସମ୍ପର୍କରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଧାଂଶୁ ଶେଖର ପ୍ରଧାନ କହିଛନ୍ତି, କହିଲେ ଶିକ୍ଷକ ଅଭାବ ସମ୍ପର୍କରେ ଜିଲା ଶିକ୍ଷାଅଧିକାରୀଙ୍କ ସମେତ ସ୍ଥାନୀୟ ବିଧାୟକ, ଅନୁଗୋଳ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri