ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ

ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍‌ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର ବାଜିମାତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି ପରାଜିତ ହୋଇଛନ୍ତି। ପୁରୀ ବିଧାନସଭା ଆସନରୁ ସେ ଲଗାତର ୫ ଥର ନିର୍ବାଚିତ ହୋଇଥିଲେ। ନିଜକୁ ଅପ୍ରତିଦ୍ୱନ୍ଦ୍ୱୀ ବୋଲାଉଥିବା ମହେଶ୍ୱରଙ୍କୁ ଚଳିତ ନିର୍ବାଚନରେ ପରାଜୟର ମୁହଁ ଦେଖିବାକୁ ପଡ଼ିଛି। ଅନ୍ୟପକ୍ଷରେ ପୂର୍ବତନ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଶିଳ୍ପମନ୍ତ୍ରୀ ଅନନ୍ତ ଦାସ, ଖଣି ଓ ଇସ୍ପାତ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଶକ୍ତି ମନ୍ତ୍ରୀ ସୁଶାନ୍ତ ସିଂହ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ନୃସିଂହ ସାହୁ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଚନ୍ଦ୍ରସାରଥି ବେହେରା, ପଞ୍ଚାୟତିରାଜ ମନ୍ତ୍ରୀ ରମେଶ ମାଝି, ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା, ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା, ସଂସ୍କୃତି ମନ୍ତ୍ରୀ ଅଶୋକ ପଣ୍ଡା, ଯୋଜନା ଓ ସଂଯୋଜନା ମନ୍ତ୍ରୀ ଉଷା ଦେବୀ, ହସ୍ତତନ୍ତ୍ର ଓ ବୟନଶିଳ୍ପ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରମୁଖ ନିର୍ବାଚନରେ ବିଜୟୀ ହୋଇଛନ୍ତି।
ଅନ୍ୟପକ୍ଷରେ ପ୍ରଥମକରି ନିଜର ରାଜନୈତିକ ଭାଗ୍ୟ ପରୀକ୍ଷା କରୁଥିବା କେତେକ ନବାଗତ ମଧ୍ୟ ଏହି ନିର୍ବାଚନରେ ବିଜୟୀ ହୋଇଛନ୍ତି। ବାଧ୍ୟବାଧକତାରେ ରାଜନୀତିରୁ ଦୂରେଇ ରହିଥିବା କେତେକ ହେଭିଓ୍ବେଟ୍‌ ନେତାଙ୍କ ପୁଅମାନେ ମଧ୍ୟ ଚଳିତ ନିର୍ବାଚନରେ ବାଜି ମାରିଛନ୍ତି। ବାଙ୍କୀ ବିଧାନସଭା ଆସନରୁ ପ୍ରଭାତ ତ୍ରିପାଠୀଙ୍କ ପୁଅ ଦେବୀରଞ୍ଜନ ତ୍ରିପାଠୀ, ଚୌଦ୍ୱାର-କଟକ ଆସନରୁ ପ୍ରଭାତ ବିଶ୍ୱାଳଙ୍କ ପୁଅ ସୌଭିକ ବିଶ୍ୱାଳ,ବାସୁଦେବପୁର ଆସନରୁ ବିଜୟଶ୍ରୀ ରାଉତରାୟଙ୍କ ପୁଅ ବିଷ୍ଣୁବ୍ରତ ରାଉତରାୟ ଏବଂ ପାରାଦୀପ ଆସନରୁ ଦାମୋଦର ରାଉତଙ୍କ ପୁଅ ସମ୍ବିତ ରାଉତରାୟ ପ୍ରମୁଖ ବିଜୟ ମୁକୁଟ ପିନ୍ଧିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri