ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର ବାଜିମାତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି ପରାଜିତ ହୋଇଛନ୍ତି। ପୁରୀ ବିଧାନସଭା ଆସନରୁ ସେ ଲଗାତର ୫ ଥର ନିର୍ବାଚିତ ହୋଇଥିଲେ। ନିଜକୁ ଅପ୍ରତିଦ୍ୱନ୍ଦ୍ୱୀ ବୋଲାଉଥିବା ମହେଶ୍ୱରଙ୍କୁ ଚଳିତ ନିର୍ବାଚନରେ ପରାଜୟର ମୁହଁ ଦେଖିବାକୁ ପଡ଼ିଛି। ଅନ୍ୟପକ୍ଷରେ ପୂର୍ବତନ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଶିଳ୍ପମନ୍ତ୍ରୀ ଅନନ୍ତ ଦାସ, ଖଣି ଓ ଇସ୍ପାତ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଶକ୍ତି ମନ୍ତ୍ରୀ ସୁଶାନ୍ତ ସିଂହ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ନୃସିଂହ ସାହୁ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଚନ୍ଦ୍ରସାରଥି ବେହେରା, ପଞ୍ଚାୟତିରାଜ ମନ୍ତ୍ରୀ ରମେଶ ମାଝି, ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା, ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା, ସଂସ୍କୃତି ମନ୍ତ୍ରୀ ଅଶୋକ ପଣ୍ଡା, ଯୋଜନା ଓ ସଂଯୋଜନା ମନ୍ତ୍ରୀ ଉଷା ଦେବୀ, ହସ୍ତତନ୍ତ୍ର ଓ ବୟନଶିଳ୍ପ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରମୁଖ ନିର୍ବାଚନରେ ବିଜୟୀ ହୋଇଛନ୍ତି।
ଅନ୍ୟପକ୍ଷରେ ପ୍ରଥମକରି ନିଜର ରାଜନୈତିକ ଭାଗ୍ୟ ପରୀକ୍ଷା କରୁଥିବା କେତେକ ନବାଗତ ମଧ୍ୟ ଏହି ନିର୍ବାଚନରେ ବିଜୟୀ ହୋଇଛନ୍ତି। ବାଧ୍ୟବାଧକତାରେ ରାଜନୀତିରୁ ଦୂରେଇ ରହିଥିବା କେତେକ ହେଭିଓ୍ବେଟ୍ ନେତାଙ୍କ ପୁଅମାନେ ମଧ୍ୟ ଚଳିତ ନିର୍ବାଚନରେ ବାଜି ମାରିଛନ୍ତି। ବାଙ୍କୀ ବିଧାନସଭା ଆସନରୁ ପ୍ରଭାତ ତ୍ରିପାଠୀଙ୍କ ପୁଅ ଦେବୀରଞ୍ଜନ ତ୍ରିପାଠୀ, ଚୌଦ୍ୱାର-କଟକ ଆସନରୁ ପ୍ରଭାତ ବିଶ୍ୱାଳଙ୍କ ପୁଅ ସୌଭିକ ବିଶ୍ୱାଳ,ବାସୁଦେବପୁର ଆସନରୁ ବିଜୟଶ୍ରୀ ରାଉତରାୟଙ୍କ ପୁଅ ବିଷ୍ଣୁବ୍ରତ ରାଉତରାୟ ଏବଂ ପାରାଦୀପ ଆସନରୁ ଦାମୋଦର ରାଉତଙ୍କ ପୁଅ ସମ୍ବିତ ରାଉତରାୟ ପ୍ରମୁଖ ବିଜୟ ମୁକୁଟ ପିନ୍ଧିଛନ୍ତି।
ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ
ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ
ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…
ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି
କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…
ଧରାପଡ଼ିଲେ ନକଲି ଏମ୍ଭିଆଇ
ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…
ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା
ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…
ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ
ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍ ଉଦ୍ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…
ଡେଭିିସ କପ୍ରେ ଭାରତକୁ ହରାଇଲା କୋରିଆ
ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…
ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍
ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

