ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ

ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍‌ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର ବାଜିମାତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି ପରାଜିତ ହୋଇଛନ୍ତି। ପୁରୀ ବିଧାନସଭା ଆସନରୁ ସେ ଲଗାତର ୫ ଥର ନିର୍ବାଚିତ ହୋଇଥିଲେ। ନିଜକୁ ଅପ୍ରତିଦ୍ୱନ୍ଦ୍ୱୀ ବୋଲାଉଥିବା ମହେଶ୍ୱରଙ୍କୁ ଚଳିତ ନିର୍ବାଚନରେ ପରାଜୟର ମୁହଁ ଦେଖିବାକୁ ପଡ଼ିଛି। ଅନ୍ୟପକ୍ଷରେ ପୂର୍ବତନ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଶିଳ୍ପମନ୍ତ୍ରୀ ଅନନ୍ତ ଦାସ, ଖଣି ଓ ଇସ୍ପାତ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଶକ୍ତି ମନ୍ତ୍ରୀ ସୁଶାନ୍ତ ସିଂହ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ନୃସିଂହ ସାହୁ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଚନ୍ଦ୍ରସାରଥି ବେହେରା, ପଞ୍ଚାୟତିରାଜ ମନ୍ତ୍ରୀ ରମେଶ ମାଝି, ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା, ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା, ସଂସ୍କୃତି ମନ୍ତ୍ରୀ ଅଶୋକ ପଣ୍ଡା, ଯୋଜନା ଓ ସଂଯୋଜନା ମନ୍ତ୍ରୀ ଉଷା ଦେବୀ, ହସ୍ତତନ୍ତ୍ର ଓ ବୟନଶିଳ୍ପ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରମୁଖ ନିର୍ବାଚନରେ ବିଜୟୀ ହୋଇଛନ୍ତି।
ଅନ୍ୟପକ୍ଷରେ ପ୍ରଥମକରି ନିଜର ରାଜନୈତିକ ଭାଗ୍ୟ ପରୀକ୍ଷା କରୁଥିବା କେତେକ ନବାଗତ ମଧ୍ୟ ଏହି ନିର୍ବାଚନରେ ବିଜୟୀ ହୋଇଛନ୍ତି। ବାଧ୍ୟବାଧକତାରେ ରାଜନୀତିରୁ ଦୂରେଇ ରହିଥିବା କେତେକ ହେଭିଓ୍ବେଟ୍‌ ନେତାଙ୍କ ପୁଅମାନେ ମଧ୍ୟ ଚଳିତ ନିର୍ବାଚନରେ ବାଜି ମାରିଛନ୍ତି। ବାଙ୍କୀ ବିଧାନସଭା ଆସନରୁ ପ୍ରଭାତ ତ୍ରିପାଠୀଙ୍କ ପୁଅ ଦେବୀରଞ୍ଜନ ତ୍ରିପାଠୀ, ଚୌଦ୍ୱାର-କଟକ ଆସନରୁ ପ୍ରଭାତ ବିଶ୍ୱାଳଙ୍କ ପୁଅ ସୌଭିକ ବିଶ୍ୱାଳ,ବାସୁଦେବପୁର ଆସନରୁ ବିଜୟଶ୍ରୀ ରାଉତରାୟଙ୍କ ପୁଅ ବିଷ୍ଣୁବ୍ରତ ରାଉତରାୟ ଏବଂ ପାରାଦୀପ ଆସନରୁ ଦାମୋଦର ରାଉତଙ୍କ ପୁଅ ସମ୍ବିତ ରାଉତରାୟ ପ୍ରମୁଖ ବିଜୟ ମୁକୁଟ ପିନ୍ଧିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri