ମହେଶ୍ୱର ହତ୍ୟା ମାମଲା : ୧୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲାରେ ଘଟିଥିବା ବହୁଚର୍ଚ୍ଚିତ ମହେଶ୍ୱର ସାସମଲ ହତ୍ୟା ମାମଲାର ଶୁଣାଣି କରି ବୁଧବାର ଅତିରିକ୍ତ ଜିଲା ଦୌରାଜଜ୍‌ ସଞ୍ଜୟ କୁମାର ସାହୁ ୧୮ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ଘଟଣାରୁ ପ୍ରକାଶ ଯେ, ଗତ ୨୦୦୭ ମସିହାରେ ସଦର ଥାନା ଅନ୍ତର୍ଗତ ଫୁଲଟା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ଏଥିରେ ମହେଶ୍ୱରଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ଏହି ହତ୍ୟା ଘଟଣାରେ ଉକ୍ତ ଗ୍ରାମର ୧୯ ଜଣଙ୍କୁ ଗିରଫ କରିଥିଲା। ଏହି ମାମଲାର ବିଚାର ଚାଲିଥିବାବେଳେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଥିଲା। ତେବେ ବୁଧବାର ମାମଲାର ବିଚାର କରାଯାଇ ୧୨ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିବାରୁ ଜଜ୍‌ ସଞ୍ଜୟ ସାହୁ ୧୮ ଜଣ ଅଭିଯୁକ୍ତଙ୍କୁ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି।

Share