ମହୋତ୍ସବରେ ସ୍ଥାନୀୟ କଳାକାରଙ୍କୁ ମିଳିବ ଅଗ୍ରାଧିକାର

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସାରା ଓଡ଼ିଶାର କଳାକାର ଓ ଶିଳ୍ପୀଙ୍କୁ ନେଇ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ କାମ କରିବ। ଏକାଡେମୀ ପକ୍ଷରୁ ଆୟୋଜିତ କୌଣସି କାର୍ଯ୍ୟକ୍ରମ ବନ୍ଦ ହେବନି। ରାଜ୍ୟର କୋଣ ଅନୁକୋଣରେ ଆୟୋଜିତ ହୋଇ ଆସୁଥିବା ଉତ୍ସବ, ମହୋତ୍ସବଗୁଡ଼ିକରେ ସ୍ଥାନୀୟ କଳାକାରଙ୍କୁ ଅଗ୍ରାଧିକାର ମିଳିବ। ମୁଖ୍ୟମନ୍ତ୍ରୀଙ୍କ ‘୫-ଟି’କୁ ଗୁରୁତ୍ୱ ଦେଇ ନୃତ୍ୟ, ସଙ୍ଗୀତ ଓ ନାଟକର ଉନ୍ନତି ପାଇଁ ଏକାଡେମୀ କାର୍ଯ୍ୟ କରିବ। ରାଜ୍ୟର କୌଣସି ଅଞ୍ଚଳର କଳାକାରଙ୍କୁ ଅବହେଳା କରାଯିବ ନାହିଁ। ଏକାଡେମୀ ପକ୍ଷରୁ ସମସ୍ତ କଳାକାରଙ୍କୁ ସମାନ ସୁବିଧା ସୁଯୋଗ ଦିଆଯିବ ବୋଲି ସୋମବାର ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ଭାବେ ଦାୟିତ୍ୱ ନେଇଥିବା ନାଟ୍ୟ ନିର୍ଦ୍ଦେଶକ, ଅଭିନେତା ତଥା ନାଟ୍ୟକାର ପ୍ରବୋଧ ରଥ କହିଛନ୍ତି।
ଗତ ୧୮ ତାରିଖରେ ରଥଙ୍କୁ ଏକାଡେମୀର ନୂତନ ସଚିବ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିଯୁକ୍ତି ଦିଆଯାଇଥିଲା। ସୋମବାର ପୂର୍ବାହ୍ନରେ କାର୍ଯ୍ୟରେ ଯୋଗଦେବା ଅବସରରେ ଏକାଡେମୀର ପୂର୍ବତନ ସଚିବ ଅଧ୍ୟାପକ ଡ. ବିଜୟ କୁମାର ଜେନା ପୁଷ୍ପଗୁଚ୍ଛ ଦେଇ ରଥଙ୍କୁ ସ୍ବାଗତ କରିବା ସହ ଦାୟିତ୍ୱ ହସ୍ତାନ୍ତର କରିଥିଲେ। ରଥ ଦାୟିତ୍ୱ ନେବା ଅବସରରେ ନୃତ୍ୟ, ସଙ୍ଗୀତ ଓ ନାଟକ କ୍ଷେତ୍ରର ବହୁ ବ୍ୟକ୍ତିବିଶେଷ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ବାଗତ କରିଥିଲେ। ଏକାଡେମୀ କର୍ମଚାରୀମାନଙ୍କ ପକ୍ଷରୁ ମଧ୍ୟ ତାଙ୍କୁ ସ୍ବାଗତ କରାଯାଇଥିଲା। କର୍ମଚାରୀମାନେ ନିଜ ଏବଂ ଏକାଡେମୀର ସମସ୍ୟା ସମ୍ପର୍କରେ ଅବଗତ କରାଇବା ସହ ତାହାର ସମାଧାନ ଦିଗରେ ସହଯୋଗ ଲୋଡ଼ିଥିଲେ। ଗତ ୨ ତାରିଖରେ ଏକାଡେମୀର ପୂର୍ବତନ ସଚିବ ତଥା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଓଡ଼ିଶୀ କଣ୍ଠ ସଙ୍ଗୀତ ବିଭାଗର ଅଧ୍ୟାପକ ଡ. ବିଜୟ କୁମାର ଜେନାଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା। ଏହାପରେ ଭାରପ୍ରାପ୍ତ ଭାବେ ସେ ଦାୟିତ୍ୱ ତୁଲାଇ ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri