Posted inଫୁରସତ

ମାଆଙ୍କ ଡ୍ରାଇଭିଂ ଲାଇସେନ୍ସ ପାଇଁ ଏମିତି କଲେ ପୁଅ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବ୍ରାଜିଲ୍‌: ସାଧାରଣତଃ ଡ୍ରାଇଭିଂ ଲାଇସେନ୍ସ ପାଇବାକୁ ହେଲେ ଟେଷ୍ଟରେ ଗାଡ଼ି ଚଳାଇ ଦେଖାଇବାକୁ ପଡ଼ିଥାଏ। କିନ୍ତୁ ବ୍ରାଜିଲ୍‌ର ଜଣେ ମହିଳାଙ୍କ ନିକଟରେ ଡ୍ରାଇଭିଂ ଲାଇସେନ୍ସ ନ ଥିଲା। ତେଣୁ ତାଙ୍କ ପୁଅ ଏକ ଅଜବ ଉପାୟ ଆପଣାଇ ହରଡ଼ଘଣାରେ ପଡ଼ିଛନ୍ତି। ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ଯୁବକଙ୍କ ନାମ ହେଇଟର୍‌। ସେ ବ୍ରାଜିଲ୍‌ର ପୋର୍ଟ ବେଲ୍‌ହୋରେ ରୁହନ୍ତି। ତାଙ୍କର ୬୦ ବର୍ଷର ମାଆ ମେରିୟା ଶ୍ଚିୟାଭେ ତିନିଥର ଡ୍ରାଇଭିଂ ଟେଷ୍ଟ ଦେଇସାରିଥିଲେ। ମାତ୍ର କୌଣସି ସଫଳତା ପାଇ ପାରି ନ ଥିଲେ। ତାଙ୍କର ୩୫ବର୍ଷୀୟ ପୁଅ ହେଇଟର୍‌ ମାଆଙ୍କ ବେଶରେ ସଜେଇ ହୋଇ ଡ୍ରାଇଭିଂ ଟେଷ୍ଟ ଦେବା ପାଇଁ ନିଷ୍ପତ୍ତି ନେଇ ନିଜକୁ ପୂରା ବଦଳାଇ ଦେଲେ। ପରେ ଡ୍ରାଇଭିଂ ଟେଷ୍ଟ ଦେବାକୁ ପହଞ୍ଚିଗଲେ। ଚେହେରା ସିନା ମାଆଙ୍କ ପରି ଦେଖାଯାଉଥିଲା ମାତ୍ର ତାଙ୍କର ଚାଲିଚଳଣ, ହାବଭାବ ଏବଂ କଣ୍ଠସ୍ବର ସବୁ ଅଡୁଆ ଅଡୁଆ ଲାଗୁଥିଲା।
ଯୁବକଙ୍କଠାରେ ଏସବୁ ଲକ୍ଷଣ ଦେଖିବା ପରେ ରେଣ୍ଡୋନିୟା ଟେଷ୍ଟ ଟ୍ରାଫିକ୍‌ ଡିପାର୍ଟମେଣ୍ଟର ପରୀକ୍ଷକ ଏଲିନ୍‌ ମେଣ୍ଡୋନ୍‌କା ପୋଲିସକୁ ଖବର ଦେଇଥିଲେ। ଯେତେବେଳେ ପରୀକ୍ଷକ ଯୁବକଙ୍କ କାର୍‌ରେ ବସିଲେ ସେତେବେଳେ ସେ ନିଶ୍ଚିତ ହୋଇଗଲେ ଇଏ ମହିଳା ନୁହନ୍ତି। ତେଣୁ ଯୁବକଙ୍କୁ ଧୋକାବାଜ୍‌ ଅଭିଯୋଗରେ ଶେଷରେ ପୋଲିସ ହାତରେ ଧରାଇଦେଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri