ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟ ନିର୍ମାଣକୁ ବିରୋଧ, ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ

ଉଦଳା,୨୪ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ସହରରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟକୁ ସ୍ଥାନୀୟ ବାସିନ୍ଦା ବିରୋଧ କରିଛନ୍ତି। ଫଳରେ ମଙ୍ଗଳବାର ହେବାକୁ ଥିବା ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ ହୋଇଯାଇଛି।

ସୂଚନା ଅନୁଯାୟୀ, ଉଦଳା ଏନଏସି ପକ୍ଷରୁ ୯ ନଂ. ୱାର୍ଡରେ ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟ ନିର୍ମାଣ ପାଇଁ ସ୍ଥାନ ଚିହ୍ନଟ କରାଯାଇଛି । ଉକ୍ତ ସ୍ଥାନକୁ ସଫେଇ କରାଯିବା ପରେ ମଙ୍ଗଳବାର ପ୍ଲାଣ୍ଟ କାର୍ଯ୍ୟ ଆରମ୍ଭ ହେବା ନିମନ୍ତେ ଶିଳାନ୍ୟାସ କରାଯିବା ପାଇଁ ଦିନ ଧାର୍ଯ୍ୟ କରାଯାଇଥିଲା। ମାତ୍ର ସ୍ଥାନୀୟ ୱାର୍ଡବାସୀଙ୍କ ସହିତ ନିକଟସ୍ଥ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି । ଏହି ପ୍ଲାଣ୍ଟ ପୂର୍ବରୁ ସ୍ଥାନୀୟ ଏନଏସିର ୧୧ ନଂ. ୱାର୍ଡରେ ନିର୍ମାଣ ହେବ ବୋଲି ସ୍ଥିରୀକୃତ ହୋଇଥିଲା । ସେଠାରେ ବିବାଦ ଦେଖାଦେବାରୁ ତାହାକୁ ୯ ନଂ. ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି । ତେବେ ଉଦଳାରେ ଡମ୍ପିଂୟାର୍ଡ ନ ଥିବା ବେଳେ ସ୍ଥାନୀୟ ସହରତଳି ଅଞ୍ଚଳ ଶ୍ମଶାନ କାଳୀ ଜଙ୍ଗଲ ମଧ୍ୟରେ ସହରର ସମସ୍ତ ଅଳିଆକୁ ଡମ୍ପ କରାଯାଉଛି । ହେଲେ ଉକ୍ତ ସ୍ଥାନଟି ଜଙ୍ଗଲ ମଧ୍ୟରେ ହୋଇଥିବା ବେଳେ ସେଠାରେ ଏହି ପ୍ଲାଣ୍ଟ ସ୍ଥାପନ କରାଯିବା ପରିବର୍ତ୍ତେ ଜନବସତି ନିକଟରେ ଏହାକୁ ନିର୍ମାଣ କରାଯାଉଥିବାରୁ ୱାର୍ଡବାସୀ ଏହାକୁ ବିରୋଧ କରିଛନ୍ତି । ମଙ୍ଗଳବାର ୱାର୍ଡବାସୀ ଉକ୍ତ ସ୍ଥାନରେ ବିରୋଧର ବ୍ୟାନର ମାରିବା ସହିତ ଧାରଣାରେ ବସିଥିଲେ। ସହରର ସମସ୍ତ ଅଳିଆ ଆବର୍ଜନା ଉକ୍ତ ସ୍ଥାନରେ ପକାଇ ତାହାକୁ କମ୍ପୋଷ୍ଟରେ ପରିଣତ କରିବା ଦ୍ୱାରା ପରିବେଶ ପ୍ରଦୂଷିତ ହେବ ଏବଂ ଏହା ସହିତ ଜନବସତି ଉପରେ ଏହାର ପ୍ରଭାବ ପଡିବ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। କୌଣସି ପରିସ୍ଥିତିରେ ୱାର୍ଡ ମଧ୍ୟରେ ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟ ନିର୍ମାଣ କରାଯିବାକୁ ଦିଆଯିବ ନାହିଁ ବୋଲି ଗ୍ରାମବାସୀମାନେ ଜିଦ୍‌ରେ ଅଡି ବସିଛନ୍ତି। ତୁରନ୍ତ ଏହି ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟକୁ ବନ୍ଦ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଗ୍ରାମବାସୀମାନେ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri