ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟ ନିର୍ମାଣକୁ ବିରୋଧ, ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ

ଉଦଳା,୨୪ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ସହରରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟକୁ ସ୍ଥାନୀୟ ବାସିନ୍ଦା ବିରୋଧ କରିଛନ୍ତି। ଫଳରେ ମଙ୍ଗଳବାର ହେବାକୁ ଥିବା ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ ହୋଇଯାଇଛି।

ସୂଚନା ଅନୁଯାୟୀ, ଉଦଳା ଏନଏସି ପକ୍ଷରୁ ୯ ନଂ. ୱାର୍ଡରେ ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟ ନିର୍ମାଣ ପାଇଁ ସ୍ଥାନ ଚିହ୍ନଟ କରାଯାଇଛି । ଉକ୍ତ ସ୍ଥାନକୁ ସଫେଇ କରାଯିବା ପରେ ମଙ୍ଗଳବାର ପ୍ଲାଣ୍ଟ କାର୍ଯ୍ୟ ଆରମ୍ଭ ହେବା ନିମନ୍ତେ ଶିଳାନ୍ୟାସ କରାଯିବା ପାଇଁ ଦିନ ଧାର୍ଯ୍ୟ କରାଯାଇଥିଲା। ମାତ୍ର ସ୍ଥାନୀୟ ୱାର୍ଡବାସୀଙ୍କ ସହିତ ନିକଟସ୍ଥ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି । ଏହି ପ୍ଲାଣ୍ଟ ପୂର୍ବରୁ ସ୍ଥାନୀୟ ଏନଏସିର ୧୧ ନଂ. ୱାର୍ଡରେ ନିର୍ମାଣ ହେବ ବୋଲି ସ୍ଥିରୀକୃତ ହୋଇଥିଲା । ସେଠାରେ ବିବାଦ ଦେଖାଦେବାରୁ ତାହାକୁ ୯ ନଂ. ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି । ତେବେ ଉଦଳାରେ ଡମ୍ପିଂୟାର୍ଡ ନ ଥିବା ବେଳେ ସ୍ଥାନୀୟ ସହରତଳି ଅଞ୍ଚଳ ଶ୍ମଶାନ କାଳୀ ଜଙ୍ଗଲ ମଧ୍ୟରେ ସହରର ସମସ୍ତ ଅଳିଆକୁ ଡମ୍ପ କରାଯାଉଛି । ହେଲେ ଉକ୍ତ ସ୍ଥାନଟି ଜଙ୍ଗଲ ମଧ୍ୟରେ ହୋଇଥିବା ବେଳେ ସେଠାରେ ଏହି ପ୍ଲାଣ୍ଟ ସ୍ଥାପନ କରାଯିବା ପରିବର୍ତ୍ତେ ଜନବସତି ନିକଟରେ ଏହାକୁ ନିର୍ମାଣ କରାଯାଉଥିବାରୁ ୱାର୍ଡବାସୀ ଏହାକୁ ବିରୋଧ କରିଛନ୍ତି । ମଙ୍ଗଳବାର ୱାର୍ଡବାସୀ ଉକ୍ତ ସ୍ଥାନରେ ବିରୋଧର ବ୍ୟାନର ମାରିବା ସହିତ ଧାରଣାରେ ବସିଥିଲେ। ସହରର ସମସ୍ତ ଅଳିଆ ଆବର୍ଜନା ଉକ୍ତ ସ୍ଥାନରେ ପକାଇ ତାହାକୁ କମ୍ପୋଷ୍ଟରେ ପରିଣତ କରିବା ଦ୍ୱାରା ପରିବେଶ ପ୍ରଦୂଷିତ ହେବ ଏବଂ ଏହା ସହିତ ଜନବସତି ଉପରେ ଏହାର ପ୍ରଭାବ ପଡିବ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। କୌଣସି ପରିସ୍ଥିତିରେ ୱାର୍ଡ ମଧ୍ୟରେ ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟ ନିର୍ମାଣ କରାଯିବାକୁ ଦିଆଯିବ ନାହିଁ ବୋଲି ଗ୍ରାମବାସୀମାନେ ଜିଦ୍‌ରେ ଅଡି ବସିଛନ୍ତି। ତୁରନ୍ତ ଏହି ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟକୁ ବନ୍ଦ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଗ୍ରାମବାସୀମାନେ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri