Posted inଖେଳ

ମାଉଣ୍ଟ ଏଲବୃଶ୍‌ ଆରୋହଣ ଅଭିମୁଖେ ଲିପିକା

ଭୁବନେଶ୍ୱର, ୨।୧୦(କ୍ରୀଡ଼ା ପ୍ରତିନିଧି)-ବରଗଡ଼ର ପର୍ବତାରୋହୀ ଲିପିକା ସେଠ୍‌ ୟୁରୋପ ମହାଦେଶର ସର୍ବୋଚ୍ଚ ଶୃଙ୍ଗ ମାଉଣ୍ଟ ଏଲବୃଶ୍‌ (୫,୬୪୨ ମିଟର/୧୮, ୫୧୦ ଫୁଟ) ଆରୋହଣ ଅଭିଯାନରେ ବାହାରିଛନ୍ତି। ସେ ସାଥୀ ପର୍ବତାରୋହୀଙ୍କ ସହ ନିଜର ସମସ୍ତ ଔପଚାରିକତା ପୂରଣ କରି ବେସ୍‌ କ୍ୟାମ୍ପ(୩,୮୦୦ ମିଟର)ରେ ପହଞ୍ଚତ୍ଛନ୍ତି। ଲିପିକାଙ୍କର ଏଲବୃଶ ଆରୋହଣ ୧୦ ଦିନଧରି ଚାଲିବ। ଲିପିକାଙ୍କ ଗାଇଡ୍‌ଙ୍କ କହିବା ଅନୁସାରେ ବର୍ତ୍ତମାନ ପାଗ ଭଲ ଅଛି। ତେଣୁ ଦଳ ୩ କିମ୍ବା ୪ ମଧ୍ୟରାତ୍ରରେ ଏଲବୃଶ ଆରୋହଣରେ ବାହାରିବ। ଏହି ଅଭିଯାନ ପାଇଁ ଲିପିକାଙ୍କୁ ବରଗଡ଼ ଜିଲାର ବିକାଶ ଇନ୍‌ଷ୍ଟିଚ୍ୟୁଟ ୫୦,୦୦୦ଟଙ୍କାର ଆର୍ଥିକ ସାହାଯ୍ୟ କରିଥିବାବେଳେ ଏସିଆ ପାସିଫିକ୍‌ ହାବିଟାଟ ସୋସାଇଟି(ଏପିଏଚ୍‌ଏସ୍‌)ର ସେକ୍ରେଟାରି ଜେନେରାଲ ଡ. ଓ୍ବିଲିୟମ ହେନେଜ ଅଭିଯାନର ସମସ୍ତ ଖର୍ଚ୍ଚ ବହନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଲିପିକା ରାଜ୍ୟର ଜଣେ ଉଦୀୟମାନ ପର୍ବତାରୋହୀ। ସେ ପୂର୍ବରୁ ଆଫ୍ରିକା ମହାଦେଶର ସର୍ବୋଚ୍ଚ ଶୃଙ୍ଗ କିଲିମାଞ୍ଜାରୋ(୫,୮୯୫) କୁ ସଫଳତାର ସହ ଆରୋହଣ କରି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri