Posted inରାଜ୍ୟ

ମାଉସୀମା’ ମନ୍ଦିର ଆଗରେ ତିନିଠାକୁରଙ୍କ ରଥ

ରଣପୁର, ୭ା୭ (ସ୍ବ.ପ୍ର.): ଓଡ଼ିଶାର ଦ୍ୱିତୀୟ ଶ୍ରକ୍ଷେତ୍ର କୁହାଯାଉଥିବା ରଣପୁରଠାରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ରଥଟଣା କାର୍ଯ୍ୟ ଶନିବାର ସମାପ୍ତ ହୋଇଛି । ସନ୍ଧ୍ୟାରେ ରଥରୁ ୩ଠାକୁରଙ୍କୁ ପୂଜା ପଣ୍ଡାମାନେ ପହଣ୍ଡି ବିଜେ କରାଇ ମାଉସୀମା’ ମନ୍ଦିରକୁ ନେଇଥିଲେ। ଆସନ୍ତା ଗୁରୁବାର ପର୍ଯ୍ୟନ୍ତ ଠାକୁରମାନେ ମାଉସୀମା’ ମନ୍ଦିରରେ ରହି ଭକ୍ତମାନଙ୍କୁ ଦର୍ଶନ ଦେବେ। ଘୋଷଯାତ୍ରା ଦିନ ରଣପୁର ଜଗନ୍ନାଥ ମନ୍ଦିରରୁ ଶ୍ରୀଜୀଉମାନେ ରଥାରୂଢ ହୋଇ ନଅଦିନ ପାଇଁ ନିଜର ଜନ୍ମମାଟି ମାଉସୀମା’ ମନ୍ଦିରକୁ ବାହାରିଥିଲେ। ହେଲେ କେବଳ ବଡଠାକୁର ବଳଭଦ୍ରଙ୍କ ରଥକୁ ଭକ୍ତମାନେ ଟାଣିନେଇ ମାଉସୀମା’ ମନ୍ଦିର ରଥଖଳାରେ ପହଞ୍ଚାଇଥିଲେ। ସେହିପରି ଶୁକ୍ରବାର ମହିଳା ଭକ୍ତମାନେ ମା’ ସୁଭଦ୍ରାଙ୍କ ରଥକୁ ଟାଣି ମାଉସୀମା’ ମନ୍ଦିର ନିକଟରେ ପହଞ୍ଚାଇଥିଲେ। ପରେ ଭକ୍ତମାନେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଟାଣିନେଉଥିବା ସମୟରେ ଚୈତନ୍ୟ ମଠ କାମନାଘର ସମ୍ମୁଖ ଏକ ଗୃହରେ ଲାଗିଯିବାରୁ ଏହା ଅଟକି ରହିଥିଲା। ରାତ୍ର ହୋଇଯିବାରୁ ରଥଟଣା କାର୍ଯ୍ୟ ବନ୍ଦ କରାଯାଇଥିଲା। ଶନିବାର ସକାଳେ ବଢେଇ ମହାରଣାମାନେ ସଜାଡିବା ପରେ ୧୦ଟାରେ ଭକ୍ତମାନେ ନନ୍ଦିଘୋଷ ରଥ ଟାଣି ମାଉସୀମା’ ମନ୍ଦିର ନିକଟରେ ପହଞ୍ଚାଇଥିଲେ ା ରଥାରୂଢ ତିନି ଠାକୁରଙ୍କୁ ଭକ୍ତମାନେ ସନ୍ଧ୍ୟା ପର୍ଯ୍ୟନ୍ତ ଦର୍ଶନ କରିଥିଲେ ା ପରେ ଘଣ୍ଟ, ଘଣ୍ଟା, କାହାଳି, ହରିବୋଲ, ହୁଳହୁଳି ଧ୍ୱନିରେ ଶ୍ରୀଜୀଉମାନଙ୍କ ପହଣ୍ଡିକାର୍ଯ୍ୟ କରାଯାଇଥିଲା। ସେବାୟତମାନେ ପ୍ରଥମେ ସୁଦର୍ଶନ ପରେ ବଡ ଠକୁର ବଳଭଦ୍ର, ମା’ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କୁ ଗୋଟି ପହଣ୍ଡି କରାଇ ଗୁଣ୍ଡିଚା ମନ୍ଦିର ଭିତରକୁ ନେଇଥିଲେ ା ଶାନ୍ତିଶୃ୍‌ଙ୍ଖଳା ରକ୍ଷା ପାଇଁ ସ୍ଥାନୀୟ ପୋଲିସ ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଆସନ୍ତା ନବମୀ ପର୍ଯ୍ୟନ୍ତ ତିନିଠାକୁର ମାଉସୀମା’ ମନ୍ଦିରରେ ରହି ଭକ୍ତମାନଙ୍କୁ ଦର୍ଶନ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?