ମାଉସୀ ମା’ ପୋଡ଼ପିଠା ଖାଇଲେ ମହାପ୍ରଭୁ

ପୁରୀ ଅଫିସ, ୧୩।୭: ମହାପ୍ରଭୁ ଶ୍ରୀଜଗନ୍ନାଥ ଭୋଜନ ପ୍ରିୟ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ପିଠା ଖାଇବା ପାଇଁ ତାଙ୍କର ଥାଏ ବିଶେଷ ରୁଚି। ପ୍ରତିଦିନ ତାଙ୍କ ପାଖରେ ପିଠା ଭୋଗ କରାଯାଏ। ଶୁକ୍ରବାର ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ବାହୁଡିବା ବେଳେ ବାଟରେ ଅଟକି ମାଉସୀ ଘର ପୋଡ଼ପିଠା ଖାଇଛନ୍ତି ଠାକୁର।
ପ୍ରଥମେ ତାଳଧ୍ୱଜ ରଥ ମାଉସୀ ମା’ ମନ୍ଦିର ନିକଟରେ ପହଞ୍ଚତ୍ବା ପରେ ବଡ଼ ଠାକୁରଙ୍କୁ ପୋଡ଼ପିଠା ସମର୍ପଣ କରାଯାଇଥିଲା। ପରେ ଦେବୀ ସୁଭଦ୍ରା ଏବଂ ଶେଷରେ କାଳିଆ ଠାକୁରଙ୍କ ରଥରୁ ଏକ ଲାଗିମାଳ ଅଣାଯାଇ ଅର୍ଦ୍ଧଶୋଷଣୀଙ୍କୁ ଲାଗି କରାଯାଇଥିଲା। ଏହାପରେ ମାଉସୀ ଘର ପୋଡ଼ ପିଠା ଖାଇ ଠାକୁର ଶ୍ରୀମନ୍ଦିର ଅଭିମୁଖେ ବାହୁଡିଥିଲେ। ମହାପ୍ରଭୁଙ୍କୁ ପୋଡ଼ପିଠା କିଏ ଖୁଆଇବ ସେ ନେଇ ଯେଉଁ ବିବାଦ ଲାଗି ରହିଥିଲା ତାହା ମଧ୍ୟ ଆଜି ଏକ ରୋଚକ ପରିସ୍ଥିତି ସୃଷ୍ଟି କରିଥିଲା। ମାଉସୀ ମା’ ମନ୍ଦିରରେ ପ୍ରସ୍ତୁତ ପୋଡ଼ ପିଠାକୁ ବିଶ୍ୱନାଥ ମିଶ୍ର ମନ୍ଦିର ସମ୍ମୁଖରେ ମହାପ୍ରଭୁଙ୍କୁ ସମର୍ପି ଦେଇଥିଲେ। ସେହିପରି ମନ୍ଦିର ନିକଟରେ ମନୋରଞ୍ଜନ ମିଶ୍ର ମଧ୍ୟ ପୋଡ଼ପିଠା ଠାକୁରଙ୍କୁ ସମର୍ପି ଦେଇଥିଲେ। ହେଲେ ଦୁଇଜଣ ପୋଡ଼ପିଠା ସମର୍ପି ଦେବା ଘଟଣା ଭକ୍ତଙ୍କୁ ଦ୍ୱନ୍ଦ୍ୱରେ ପକାଇଥିଲା। ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ଉଠିଥିଲା ଠାକୁର କାହା ପାଖରୁ ଖାଇଲେ ପୋଡ଼ପିଠା।


Enter your email to get our daily news in your inbox.

All Right Reserved By Dharitri.Com

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri