ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି

ପୁରୀ ଅଫିସ, ୬ା୫: ପବିତ୍ର ନୃସିଂହ ଚତୁର୍ଦ୍ଦଶୀରେ ବୁଧବାର ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ସ୍ଥାନୀୟ ବ୍ରାହ୍ମଣ ଯୁବକମାନେ କୂଅରୁ ଜଳ ଆଣି ଏହି ନୀତିରେ ସାମିଲ ହୋଇ ଥିଲେ। ଠାକୁରାଣୀଙ୍କୁ ଜଳ ମଧ୍ୟରେ ନିମଗ୍ନ କରିଥିଲେ। ତେବେ ଏହି ଜଳ ଆପେ ଆପେ ଅଦୃଶ୍ୟ ହୋଇଯାଇଥିଲା। ପରେ ଭୋଗରାଗ, ନୀତି ହୋଇ ପ୍ରସାଦ ବଣ୍ଟାଯାଇଥିଲା। କରୋନା କବଳରୁ କିପରି ମୁକ୍ତି ମିଳିବ ସେ ନେଇ ମା’ଙ୍କୁ ପ୍ରାର୍ଥନା କରାଯାଇଥିଲା।
ଏହି ନୀତି ସମ୍ପର୍କରେ ପୂଜକ ବିଶ୍ୱନାଥ ମିଶ୍ର କହିଛନ୍ତି, ବହୁ ପୂର୍ବରୁ ପୁରୀ ବଡ଼ଦାଣ୍ଡ ମାଳିନୀ ନଦୀ ଦ୍ୱାରା ଦୁଇ ଭାଗ ଥିଲା। ସେତେବେଳେ ରଥଯାତ୍ରା ସମୟରେ ୬ଟି ରଥ ହେଉଥିଲା। ଶ୍ରୀମନ୍ଦିରରୁ ଚତୁର୍ଦ୍ଧା ମୂର୍ତ୍ତି ଆସି ନଦୀ ଆରପଟେ ଓହ୍ଲାଉଥିଲେ। ଠାକୁରଙ୍କୁ ନଦୀ ପାର କରାଯାଇ ପୁନଶ୍ଚ ନଦୀ ଏପଟେ ଥିବା ରଥରେ ବିଜେ କରାଯାଉଥିଲା। ଏହି ଅସୁବିଧା ଦେଖି ମହାପ୍ରଭୁଙ୍କ ମାଉସୀ ମାଳିନୀ ନଦୀକୁ ଶୋଷି ଦେଇଥିଲେ, ଯେଉଁଥିପାଇଁ ତାଙ୍କୁ କୁହାଯାଏ ଅର୍ଦ୍ଧଶୋଷିନୀ ବା ଅର୍ଦ୍ଧାଶିନୀ। ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ସେବେଠାରୁ ନୃସିଂହ ଚତୁର୍ଦ୍ଦଶୀରେ ଜଳଶାୟୀ ନୀତି ପାଳନ କରାଯାଉଛି। ଚତୁର୍ଦ୍ଧା ମୂର୍ତ୍ତିଙ୍କ ଅସୁବିଧା ଦୂର ପାଇଁ ମାଉସୀ ନଦୀ ଜଳ ଶୋଷି ନେଇଥିବାରୁ ମହାପ୍ରଭୁ ଜଗନ୍ନାଥ କଥା ରକ୍ଷା କରି ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବା ସମୟରେ ମାଉସୀ ମା’ ମନ୍ଦିରରେ ପୋଡ଼ପିଠା ଖାଇ ଯାଇଥାନ୍ତି ବୋଲି ମିଶ୍ର କହିଛନ୍ତି। ସାମାଜିକ ଦୂରତା ରକ୍ଷା କରି ଏହି ନୀତି ସମ୍ପନ୍ନ ହୋଇଥିଲା ବୋଲି ପୂଜକ ମିଶ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri