ମାକ୍ସ ବାଣ୍ଟିଲେ, ସଚେତନତା ବାର୍ତ୍ତା ଦେଲେ ଯୁବଗୋଷ୍ଠୀ

ଦେଓଗାଁ,୧୦ା୪(ଡି.ଏନ.ଏ.): ଦେଶରେ କରୋନା ମହାମାରୀ ରୂପ ଧାରଣ କରିଥିବା ବେଳେ ସରକାର ଲୋକଙ୍କୁ ସଚେତନ ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଲକଡାଉନ ଯୋଗୁ ଯେଉଁମାନେ ବାହାରକୁ ବାହାରୁଛନ୍ତି ସେମାନେ ମୁହଁରେ ମାସ୍କ ପରିଧାନ କରିବା ବାଧ୍ୟତାମୂଳକ ବୋଲି ଘୋଷଣା କରାଯାଇଛି। ମାସ୍କରର ଚାହିଦାକୁ ଆଖିଆଗରେ ରଖି ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ବରକାନୀ ଗାଁର କେତେକ ଯୁବକ ନିଜସ୍ବ ଉଦ୍ୟମରେ ମାସ୍କ ତିଆରି କରି ଶୁକ୍ରବାର ଗାଁରେ ସମସ୍ତଙ୍କୁ ବଣ୍ଟନ କରି ସଚେତନବାର୍ତ୍ତା ଦେଇଛନ୍ତି । ସେମାନେ ଗାଁରେ ସଚେତନତା ପୋଷ୍ଟର ଲଗାଇବା ସହ ହାତଧୋଇ ଗାଁ ମଧ୍ୟକୁ ପଶିବାକୁ ଅନୁରୋଧ କରୁଛନ୍ତି । ପ୍ରଥମେ ବରକାନୀ ଓ ମାହାକୁରପାଲି ଗାଁରେ ରହୁଥିବା ୨ହଜାର ଜନସାଧାରଣଙ୍କୁ ମାସ୍କ ଯୋଗାଇ ଦେବା ନିଷ୍ପତ୍ତି ନେଇଛନ୍ତି। ଆଗକୁ ଆଖପାଖ ଗାଁରେ ମଧ୍ୟ ମାସ୍କ ଯୋଗାଇଦେବା ଲକ୍ଷ୍ୟ ରଖିଥିବା ଗାଁର ନୀଳାଞ୍ଚଳ ମେହେର, ଯୁଗେଶ୍ୱର ମେହେର, ମନୋଜ ମେହେର, ବୈଶାଖୁ ମେହେର, ରମେଶ ମେହେର, ଦିନେଶ ମେହେର ଓ ଭାରତ ମେହେର ପ୍ରମୁଖ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri