ମାଙ୍କଡ଼ପଡ଼ା ଅଞ୍ଚଳରେ ହାତୀ ଉପଦ୍ରବ

କପ୍ତିପଦା,୩ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ର ମାଙ୍କଡ଼ପଡ଼ା ପଞ୍ଚାୟତରେ ଗତ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ଏଥିନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି । ଦିନ ଅପେକ୍ଷା ରାତି ହେଲେ ହାତୀ ଚିନ୍ତା ବଢୁଛି। ଉକ୍ତ ପଞ୍ଚାୟତଟି କୁଲଡ଼ିହା ଅଭୟାରଣ୍ୟକୁ ଲାଗି ରହିଥିବାରୁ ହାତୀ ଜନବସତି ମୁହଁ। ହେଉଛନ୍ତି । ୩୧ ତାରିଖ ରାତିଠାରୁ କପ୍ତିପଦାର ଭୋଳାଘାଟି, ଶାଳଘାଟି ଜଙ୍ଗଲରେ ହାତୀଟି ବୁଲୁଥିଲା। ପରେ ମାଙ୍କଡ଼ପଡ଼ାର ଝିଲିରିବଣି, ଭୋଳାଘାଟି, ଗୟଳମରା ଅଞ୍ଚଳରେ ବିଭିନ୍ନ ଲୋକଙ୍କ ଘର ଭାଙ୍ଗିଥିବା ଜାଣାପଡିଛି। କପ୍ତିପଦା ରେଞ୍ଜର ମହେଶ୍ୱର ସିଂଙ୍କ ନେତୃତ୍ୱରେ କପ୍ତିପଦା ଓ ଶାରୀଶୁଆ ଫରେଷ୍ଟର ଏବଂ ବନବିଭାଗ କର୍ମଚାରୀମାନେ ହାତୀର ଗତିବିଧି ଉପରେ ତୀକ୍ଷଣ ନଜର ରଖିଛନ୍ତି । ହାତୀଟି ପଦ୍ମପୋଖରୀ ନିକଟସ୍ଥ ରେକର୍ଡ଼ଚୁଆ ଜଙ୍ଗଲରେ ରହିଥିବା ଜାଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri