ମାଙ୍କଡ଼ ଉତ୍ପାତ, ୧୨ରୁ ଊର୍ଦ୍ଧ୍ୱ ଆହତ

ବସ୍ତା, ୧୭।୭(ସ୍ବ.ପ୍ର.)-ବସ୍ତା ଥାନା କୁଳିଦା ପଞ୍ଚାୟତରେ ଗତ ୧୫ଦିନ ହେଲା ମାଙ୍କଡ଼ଙ୍କ ଉପଦ୍ରବ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ୫୦ରୁ ଊର୍ଦ୍ଧ୍ୱ ମାଙ୍କଡ଼ ଏହି ପଞ୍ଚାୟତର ତେନ୍ତୁଳିଆ, କୁଳିଦା, ଆଗ୍ରଡ଼ା ଆଦି ଗ୍ରାମରେ ଉପତ୍ାତ କରିବା ସହିତ ରାସ୍ତାରେ ଯାତାୟାତ କରୁଥିବା ଲୋକଙ୍କୁ ଗୋଡ଼ାଇ କାମୁଡ଼ିବା ଯୋଗୁ ୧୨ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ଆହତମାନେ ହେଲେ ତେନ୍ତୁଳିଆ ଗ୍ରାମର କମଳା ବେହେରା, ଶୁଭଲକ୍ଷ୍ମୀ ବେଜ, ମିତୁ ବେହେରା, ସୁବ୍ରତ ବେଜ୍‌, ରଶ୍ମିତା ବେହେରା, ଇନ୍ଦମଣି ବେହେରା, କବିତା ହାତୀ, କୁଳିଦା ଗ୍ରାମର ବିଜୟ କୁମାର ଗିରି, ସବିତା ଗିରି, ବିନୟ ସାମଲ ଏବଂ ଆଗ୍ରଡ଼ା ଗ୍ରାମର ବୈଜୟନ୍ତୀ ନାୟକ। ମାଙ୍କଡମାନେ ବାଡ଼ି ବଗିଚାରେ ଗଛପତ୍ର ନଷ୍ଟ କରିବା ସହିତ ବିଲରେ କାମ କରୁଥବା ଲୋକ, ସ୍କୁଲକୁ ଯାଉଥିବା ଛାତ୍ରୀଛାତ୍ରମାନଙ୍କୁ କାମୁଡ଼ିବା ପାଇଁ ଗୋଡ଼ାଉଥିବା ଦେଖିବାକୁ ମିଳିଛି ା ଏହାକୁ ନେଇ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଆହତମାନେ ସ୍ଥାନୀୟ ଓ ବସ୍ତା ଡାକ୍ତରଖାନରେ ଚିକିତ୍ସିତ ହୋଇଥିବା ଜଣାପଡ଼ିଛି। ମାଙ୍କଡ଼ମାନେ ରାସ୍ତାରେ ଉପଦ୍ରବ ଚଳାଉଥିବାରୁ ବାଇକ୍‌ ଆରୋହୀମାନେ ନିଶ୍ଚିତ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଏମାନଙ୍କୁ କାବୁ କରିବା ନେଇ ଗ୍ରାମବାସୀ ଅମର୍ଦ୍ଦାରୋଡ଼ ନିକଟବର୍ତ୍ତୀ ଫରେଷ୍ଟ କାଯର୍‌ୟାଳୟରେ ଜଣାଇଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସୁଫଳ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri