ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ

କ.ନୂଆଗାଁ,୨୯ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଟାଙ୍ଗିଆରେ ହାଣି ମା’ଙ୍କୁ ହତ୍ୟା କରିଛନ୍ତି ପୁଅ। ମୃତ ହେଲେ ପ୍ରମା ପ୍ରଧାନ (୪୫)।
ପ୍ରକାଶ ଯେ, ସାରଙ୍ଗଗଡ଼ ଥାନା ଗୁଞ୍ଜିବାଡ଼ି ପଞ୍ଚାୟତ ଉପରସାହିର ପ୍ରମା ଓ ପୁଅ ସୁନିଲଙ୍କ ମଧ୍ୟରେ ଆଜି ସକାଳୁ ଜମିଜମାକୁ ନେଇ ପାଟିତୁଣ୍ଡ ହୋଇଥିଲା। ପରେ ପ୍ରମା ବାଡ଼ିପଟକୁ କାମ କରିବାକୁ ଯାଇଥିଲେ। କାମ କରୁଥିବାବେଳେ ଘରେ ଥିବା ଏକ ଟାଙ୍ଗିଆ ନେଇ ପୁଅ ସୁନିଲ ପ୍ରମାଙ୍କୁ ପଛପଟୁ ହାଣିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ସାରଙ୍ଗଗଡ଼ ପୋଲିସ ଗାଁରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡା ମେଡିକାଲକୁ ପଠାଇଥିଲା। ସୁନିଲଙ୍କୁ ଥାନାକୁ ଆଣି ପଚରାଉଚରା ପରେ ନଂ.୧୫/୨୦ରେ ଏକ ହତ୍ୟା ମାମଲା ରୁଜୁକରି ଗିରଫ କରାଯାଇଛି। ପାରିବାରିକ ଗଣ୍ଡଗୋଳ ଓ ଜମିଜମା ବିବାଦକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ଆଇଆଇସି ଅନିତା କିଡୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri