ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ

କ.ନୂଆଗାଁ,୨୯ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଟାଙ୍ଗିଆରେ ହାଣି ମା’ଙ୍କୁ ହତ୍ୟା କରିଛନ୍ତି ପୁଅ। ମୃତ ହେଲେ ପ୍ରମା ପ୍ରଧାନ (୪୫)।
ପ୍ରକାଶ ଯେ, ସାରଙ୍ଗଗଡ଼ ଥାନା ଗୁଞ୍ଜିବାଡ଼ି ପଞ୍ଚାୟତ ଉପରସାହିର ପ୍ରମା ଓ ପୁଅ ସୁନିଲଙ୍କ ମଧ୍ୟରେ ଆଜି ସକାଳୁ ଜମିଜମାକୁ ନେଇ ପାଟିତୁଣ୍ଡ ହୋଇଥିଲା। ପରେ ପ୍ରମା ବାଡ଼ିପଟକୁ କାମ କରିବାକୁ ଯାଇଥିଲେ। କାମ କରୁଥିବାବେଳେ ଘରେ ଥିବା ଏକ ଟାଙ୍ଗିଆ ନେଇ ପୁଅ ସୁନିଲ ପ୍ରମାଙ୍କୁ ପଛପଟୁ ହାଣିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ସାରଙ୍ଗଗଡ଼ ପୋଲିସ ଗାଁରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡା ମେଡିକାଲକୁ ପଠାଇଥିଲା। ସୁନିଲଙ୍କୁ ଥାନାକୁ ଆଣି ପଚରାଉଚରା ପରେ ନଂ.୧୫/୨୦ରେ ଏକ ହତ୍ୟା ମାମଲା ରୁଜୁକରି ଗିରଫ କରାଯାଇଛି। ପାରିବାରିକ ଗଣ୍ଡଗୋଳ ଓ ଜମିଜମା ବିବାଦକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ଆଇଆଇସି ଅନିତା କିଡୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri