ମା’ଙ୍କୁ ମେଲାଣି: ବାଜାବାଣରେ ଦୁଲୁକିଲା କାମାକ୍ଷାନଗର

କାମାକ୍ଷାନଗର, ୯।୧୦(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଦଶହରାର ଅନ୍ତିମପର୍ବ ଭସାଣି ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମିଳିତ ଭସାଣି ଶୋଭାଯାତ୍ରାରେ ୧୫ଟି ମେଢ଼ ମଧ୍ୟରୁ ୧୪ଟି ସାମିଲ ହୋଇଥିଲେ। ବାଜାବାଣ ସାଙ୍ଗକୁ ପାରମ୍ପରିକ ନୃତ୍ୟଗୀତରେ ଦୁଲୁକି ଉଠିଥିଲା ସମଗ୍ର ସହର। ହଜାର ହଜାର ଶ୍ରଦ୍ଧାଳୁ ମା’ଙ୍କୁ ବିଦାୟ ଜଣାଇବାକୁ ସମବେତ ହୋଇଥିଲେ।
ମେଢ଼ଗୁଡ଼ିକ ପୂର୍ବାହ୍ନ ୧୦ଟାରୁ କ୍ରମାନ୍ବୟରେ ବାହାରି ସାରଙ୍ଗଧର ଷ୍ଟାଡିୟମରେ ପହଞ୍ଚତ୍ଥିଲେ। ପ୍ରଥମେ ମୁଣ୍ଡିଦେଉଳି ଏବଂ ଏହାର ପଛକୁ କ୍ରମାନ୍ବୟରେ ଅନ୍ୟ ମେଢ଼ଗୁଡ଼ିକ ଭସାଣିରେ ସାମିଲ ହୋଇଥିଲେ। ନିଜ ନିଜ ସାହି ପରିକ୍ରମା କରିବା ପରେ ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧ ସମସ୍ତ ମେଢ଼ ସାରଙ୍ଗଧର ଷ୍ଟାଡିୟମରେ ପହଞ୍ଚତ୍ଥିଲେ। ସେଠାରେ ମେଲଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସନ୍ଧ୍ୟା ସାଢ଼େ ୭ଟାରେ ଆଜ୍ଞାମାଳ, ଆଜ୍ଞାଲଡ଼ୁ ନିଲାମ କରାଯାଇଥିଲା। ଏହାପରେ ଆତସବାଜି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଆୟୋଜିତ କାର୍ଯ୍ୟକ୍ରମରେ ଅତିଥିଭାବେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା, ନିର୍ବାହୀ ଅଧିକାରୀ ଇଂ. ବିରଜା ପ୍ରସାଦ ରଥ, ଧର୍ମାନନ୍ଦ ପରିଡ଼ା,ପ୍ରମୁଖ ଉପସ୍ଥିତ ଥିଲେ। ଆଦିବାସୀ ନୃତ୍ୟ, ଘଣ୍ଟ ନୃତ୍ୟ, ବିଭିନ୍ନ ବେଶଧାରୀଙ୍କ ନୃତ୍ୟ ପ୍ରମୁଖ ଆକର୍ଷଣ ସାଜିଥିଲା। ସେହିପରି ଭଳିକି ଭଳି ରଙ୍ଗର ପୋଷାକରେ ବାରି ହୋଇପଡୁଥିଲେ ପୂଜା କମିଟିର କର୍ମକର୍ତ୍ତାମାନେ, ଯାହା ଭସାଣିର ଅନ୍ୟତମ ଆକର୍ଷଣ ସାଜିଥିଲା। ଥାନାଧିକାରୀ ଅଭିନବ ଡାଳୁଆଙ୍କ ଦ୍ୱାରା ପୂଜାର୍ଚ୍ଚନା ପରେ ଆଜ୍ଞା ମାଳ, ଲଡୁ ନିଲାମ କରାଯାଇଥିଲା। ଆଜ୍ଞାମାଳକୁ ମୁକ୍ତାପଶିର ମା’ ସନ୍ତୋଷୀ ଯାତ୍ରା କମିଟି ୧୫,୦୦୧ ଟଙ୍କାରେ ଏବଂ ଆଜ୍ଞାଲଡୁକୁ କାମାକ୍ଷାନଗରର ଶକ୍ତି ପ୍ରସାଦ ଦାସ ୪୧,୦୦୧ ଟଙ୍କାରେ ନିଲାମ ନେଇଥିଲେ। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ କୌଳାସ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ମିଳିତ ପୂଜା କମିଟି ସଭାପତି ବିଶ୍ୱଜିତ୍‌ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।
ଦର୍ଶକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ ନୃତ୍ୟ ଓ ସଙ୍ଗୀତ କାର୍ଯ୍ୟକ୍ରମ ବ୍ୟବସ୍ଥା ହୋଇଥିଲା। ସୁଭ୍ରାଂଶୁ ମହାନ୍ତି, ମଙ୍ଗତଲାଲ୍‌ କଟାରୁକା, ଆଦିତ୍ୟ ଆଚାର୍ଯ୍ୟଙ୍କ ସମେତ ସମସ୍ତ ପୂଜା କମିଟି କର୍ମକର୍ତ୍ତା ଏଥିରେ ସହଯୋଗ କରିଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକଙ୍କ ନେତୃତ୍ୱରେ ୪ ପ୍ଲାଟୁନ୍‌ ପୋଲିସ, ରାପିଡ୍‌ ଆକ୍ସନ ଫୋର୍ସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri