ମା’ଙ୍କୁ ମେଲାଣି: ବାଜାବାଣରେ ଦୁଲୁକିଲା କାମାକ୍ଷାନଗର

କାମାକ୍ଷାନଗର, ୯।୧୦(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଦଶହରାର ଅନ୍ତିମପର୍ବ ଭସାଣି ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମିଳିତ ଭସାଣି ଶୋଭାଯାତ୍ରାରେ ୧୫ଟି ମେଢ଼ ମଧ୍ୟରୁ ୧୪ଟି ସାମିଲ ହୋଇଥିଲେ। ବାଜାବାଣ ସାଙ୍ଗକୁ ପାରମ୍ପରିକ ନୃତ୍ୟଗୀତରେ ଦୁଲୁକି ଉଠିଥିଲା ସମଗ୍ର ସହର। ହଜାର ହଜାର ଶ୍ରଦ୍ଧାଳୁ ମା’ଙ୍କୁ ବିଦାୟ ଜଣାଇବାକୁ ସମବେତ ହୋଇଥିଲେ।
ମେଢ଼ଗୁଡ଼ିକ ପୂର୍ବାହ୍ନ ୧୦ଟାରୁ କ୍ରମାନ୍ବୟରେ ବାହାରି ସାରଙ୍ଗଧର ଷ୍ଟାଡିୟମରେ ପହଞ୍ଚତ୍ଥିଲେ। ପ୍ରଥମେ ମୁଣ୍ଡିଦେଉଳି ଏବଂ ଏହାର ପଛକୁ କ୍ରମାନ୍ବୟରେ ଅନ୍ୟ ମେଢ଼ଗୁଡ଼ିକ ଭସାଣିରେ ସାମିଲ ହୋଇଥିଲେ। ନିଜ ନିଜ ସାହି ପରିକ୍ରମା କରିବା ପରେ ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧ ସମସ୍ତ ମେଢ଼ ସାରଙ୍ଗଧର ଷ୍ଟାଡିୟମରେ ପହଞ୍ଚତ୍ଥିଲେ। ସେଠାରେ ମେଲଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସନ୍ଧ୍ୟା ସାଢ଼େ ୭ଟାରେ ଆଜ୍ଞାମାଳ, ଆଜ୍ଞାଲଡ଼ୁ ନିଲାମ କରାଯାଇଥିଲା। ଏହାପରେ ଆତସବାଜି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଆୟୋଜିତ କାର୍ଯ୍ୟକ୍ରମରେ ଅତିଥିଭାବେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା, ନିର୍ବାହୀ ଅଧିକାରୀ ଇଂ. ବିରଜା ପ୍ରସାଦ ରଥ, ଧର୍ମାନନ୍ଦ ପରିଡ଼ା,ପ୍ରମୁଖ ଉପସ୍ଥିତ ଥିଲେ। ଆଦିବାସୀ ନୃତ୍ୟ, ଘଣ୍ଟ ନୃତ୍ୟ, ବିଭିନ୍ନ ବେଶଧାରୀଙ୍କ ନୃତ୍ୟ ପ୍ରମୁଖ ଆକର୍ଷଣ ସାଜିଥିଲା। ସେହିପରି ଭଳିକି ଭଳି ରଙ୍ଗର ପୋଷାକରେ ବାରି ହୋଇପଡୁଥିଲେ ପୂଜା କମିଟିର କର୍ମକର୍ତ୍ତାମାନେ, ଯାହା ଭସାଣିର ଅନ୍ୟତମ ଆକର୍ଷଣ ସାଜିଥିଲା। ଥାନାଧିକାରୀ ଅଭିନବ ଡାଳୁଆଙ୍କ ଦ୍ୱାରା ପୂଜାର୍ଚ୍ଚନା ପରେ ଆଜ୍ଞା ମାଳ, ଲଡୁ ନିଲାମ କରାଯାଇଥିଲା। ଆଜ୍ଞାମାଳକୁ ମୁକ୍ତାପଶିର ମା’ ସନ୍ତୋଷୀ ଯାତ୍ରା କମିଟି ୧୫,୦୦୧ ଟଙ୍କାରେ ଏବଂ ଆଜ୍ଞାଲଡୁକୁ କାମାକ୍ଷାନଗରର ଶକ୍ତି ପ୍ରସାଦ ଦାସ ୪୧,୦୦୧ ଟଙ୍କାରେ ନିଲାମ ନେଇଥିଲେ। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ କୌଳାସ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ମିଳିତ ପୂଜା କମିଟି ସଭାପତି ବିଶ୍ୱଜିତ୍‌ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।
ଦର୍ଶକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ ନୃତ୍ୟ ଓ ସଙ୍ଗୀତ କାର୍ଯ୍ୟକ୍ରମ ବ୍ୟବସ୍ଥା ହୋଇଥିଲା। ସୁଭ୍ରାଂଶୁ ମହାନ୍ତି, ମଙ୍ଗତଲାଲ୍‌ କଟାରୁକା, ଆଦିତ୍ୟ ଆଚାର୍ଯ୍ୟଙ୍କ ସମେତ ସମସ୍ତ ପୂଜା କମିଟି କର୍ମକର୍ତ୍ତା ଏଥିରେ ସହଯୋଗ କରିଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକଙ୍କ ନେତୃତ୍ୱରେ ୪ ପ୍ଲାଟୁନ୍‌ ପୋଲିସ, ରାପିଡ୍‌ ଆକ୍ସନ ଫୋର୍ସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?