ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ଜେଲ୍‌ରୁ ବାହାରିଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ,୨୪ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇ ଜେଲରୁ ମୁକୁଳିଛନ୍ତି। ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ହାଇକୋର୍ଟ ସର୍ତ୍ତମୂଳକ ଭାବେ ମାତ୍ର ୪ ଦିନିଆ ଜାମିନ ପ୍ରଦାନ କରିଛନ୍ତି। ଜାମିନ ଅବଧି ସମୟରେ ସେ ସାକ୍ଷ କିମ୍ବା ପ୍ରମାଣକୁ ନଷ୍ଟ କରିବାକୁ କିମ୍ବା କୌଣସି କ୍ଷତି ପହଞ୍ଚାଇବାକୁ ସେ ଚେଷ୍ଟା କରିବେ ନାହିଁ। ଗଣମାଧ୍ୟମ ପ୍ରତିନିଧିଙ୍କୁ ଭେଟି ପାରିବେନି। ବାହାରକୁ ଗଲେ ସ୍ଥାନୀୟ ଥାନାଧିକାରୀଙ୍କୁ ଜଣାଇବାକୁ ବାଧ୍ୟ। ସେହିପରି ଜାମିନ ସମୟରେ ପୁଞ୍ଜିଲାଲଙ୍କ ଉପରେ ଥାନା ଅଧିକାରୀ ମଧ୍ୟ ନଜର ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଗତ ୧୨ ତାରିଖରେ ପୁଞ୍ଜିଲାଲ ମା’ଙ୍କ ଶେଷକୃତ୍ୟ ପାଇଁ ଦିନିକିଆ ପାରୋଲରେ ଯାଇଥିଲେ। ଆସନ୍ତା ୨୮ ତାରିଖ ଦିନ ୧୧ଟା ସୁଦ୍ଧା ସେ ହାଜର ହେବେ। ସୂଚନାଥାଉ କି, ଏହି ସମ୍ବେଦନଶୀଳ ଘଟଣା ୨୦୧୮ ଫେବୃୟାରୀ ୨୩ ତାରିଖରେ ଘଟିଥିଲା। ପାଟଣାଗଡ଼ ଅଞ୍ଚଳର ନବବିବାହିତ ସୌମ୍ୟଶେଖର ସାହୁଙ୍କ ପାଖକୁ ଏକ ପାର୍ସଲ ଆସିଥିଲା। ଏହି ପାର୍ସଲ ଖୋଲିବା ମାତ୍ରେ ତାହା ବିସ୍ଫୋରଣ ହୋଇଥିଲା। ଏଥିରେ ସୌମ୍ୟ ଓ ତାଙ୍କ ଜେଜେମା’ ଜେମାମଣିଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସୌମ୍ୟଙ୍କ ସ୍ତ୍ରୀ ରିମା ଗୁରୁତର ହୋଇଥିଲେ। ଉକ୍ତ ଘଟଣାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ୨୦୧୮ ଏପ୍ରିଲ ୨୫ରେ ପୁଞ୍ଜିଲାଲଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri