ମା’ଝିଅଙ୍କୁ ମାଡ଼ ମାରି ଫରେଷ୍ଟଗାର୍ଡ ନିଲମ୍ବିତ

ଠାକୁରମୁଣ୍ଡା,୨୨ା୨(ଡ଼ି.ଏନ୍‌.ଏ.)- କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜର ବାରାହାପଣପୋଷି ଗ୍ରାମର ଜନୈକା ମହିଳା ଓ ତାଙ୍କର ଗର୍ଭବତୀ ଝିଅଙ୍କୁ ଜଙ୍ଗଲରୁ କାଠ ଚୋରି ଅଭିଯୋଗରେ ଜଣେ ମହିଳା ଫରେଷ୍ଟ ଗାର୍ଡ ମାଡ଼ ମାରି ହାତ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏନେଇ ସ୍ଥାନୀୟ ଲୋକେ ଶୁକ୍ରବାର କରଞ୍ଜିଆ-ଟଙ୍ଗାବିଲା ୨୨୦ନଂ. ଜାତୀୟ ରାଜପଥର ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ୭ ଘଣ୍ଟା ଧରି ରାସ୍ତା ଅବରୋଧ କରିଥିଲେ। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହେବାରୁ ବିଭାଗୀୟ ଅଧିକାରୀ ସମ୍ପୃକ୍ତ ମହିଳା ଫରେଷ୍ଟ ଗାର୍ଡଙ୍କୁ କାର୍ଯ୍ୟରୁ ନିଲମ୍ବିତ କରି ଥିବାବେଳେ ତାଙ୍କ ନାମରେ ଥାନାରେ ମାମଲା ରୁଜୁ ହୋଇଛି।
ସୂଚନା ଅନୁଯାୟୀ, ଦୁଧିଆଣୀ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ କବିତା ବେହେରା ଗୁରବାର ରାତିରେ ତାଟୋ ନିକଟ ବାରାହାପାଣପୋଷି ଗ୍ରାମର ସ୍ବର୍ଗତ ରାଜେନ୍ଦ୍ର ପୂର୍ତ୍ତୀଙ୍କ ଘରକୁ ଯାଇ ତାଙ୍କର ସ୍ତ୍ରୀ ଦ୍ରୌପଦୀ ଓ ତାଙ୍କ ଘରକୁ ଆସିଥିବା ତାଙ୍କର ଗର୍ଭବତୀ ଝିଅ ଶୁକମତୀଙ୍କୁ ଜଙ୍ଗଲରୁ କାଠ ଚୋରି କରିଥିବା ଅଭିଯୋଗରେ ତାଟୋ ସ୍ଥିତ ରେଞ୍ଜ କାର୍ଯ୍ୟାଳୟ ନେଇ ଆସିଥିଲେ। ସେଠାରେ ଫରେଷ୍ଟଗାର୍ଡଙ୍କ ସହିତ ମା’ ଓ ଝିଅଙ୍କର ଯୁକ୍ତିତର୍କ ହୋଇଥିଲା। ଫରେଷ୍ଟ ଗାର୍ଡ ଜଣକ ମା’ ଓ ଝିଅଙ୍କ କାନ ଧରି ଉଠବସ କରାଇ ମାଡ଼ ମାରି ଆହତ କରିଥିଲେ। ଖବର ପାଇ ଗ୍ରାମବାସୀ ଉଭୟଙ୍କୁ କାର୍ଯ୍ୟାଳୟରୁ ଆହତ ଅବସ୍ଥାରେ ଆଣି ପ୍ରଥମେ ତାଟୋ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଥିଲେ। ରାତିରେ ଫରେଷ୍ଟ ଗାର୍ଡଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ କରଞ୍ଜିଆ ଥାନାରେ ଏକ ମାମଲା(ନଂ.୨୭/୨୦) ରୁଜୁ ହୋଇଥିଲା। ଶୁକ୍ରବାର ସକାଳେ ସ୍ଥାନୀୟ ଲୋକମାନେ ସମ୍ପୃକ୍ତ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବନ ଓ ଗିରଫ ଦାବିରେ ସକାଳ ୯ଟାରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିଥିଲେ। ଖବର ପାଇ କରଞ୍ଜିଆ ଥାନା ଅଧିକାରିଣୀ ସୋରାଜନୀ ସିଂ, ତହସିଲଦାର ତାପସରଞ୍ଜନ ଦେହୁରୀ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଅବରୋଧକାରୀମାନଙ୍କ ସହିତ ଆଲୋଚନା କରିଥିଲେ। ଡିଏଫଓ ପ୍ରସନ୍ନ କୁମାର ବେହେରା ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବିତ କରିବା ସହ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ। ଏହାପରେ ରାସ୍ତା ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri