ମା’ଝିଅଙ୍କୁ ମାଡ଼ ମାରି ଫରେଷ୍ଟଗାର୍ଡ ନିଲମ୍ବିତ

ଠାକୁରମୁଣ୍ଡା,୨୨ା୨(ଡ଼ି.ଏନ୍‌.ଏ.)- କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜର ବାରାହାପଣପୋଷି ଗ୍ରାମର ଜନୈକା ମହିଳା ଓ ତାଙ୍କର ଗର୍ଭବତୀ ଝିଅଙ୍କୁ ଜଙ୍ଗଲରୁ କାଠ ଚୋରି ଅଭିଯୋଗରେ ଜଣେ ମହିଳା ଫରେଷ୍ଟ ଗାର୍ଡ ମାଡ଼ ମାରି ହାତ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏନେଇ ସ୍ଥାନୀୟ ଲୋକେ ଶୁକ୍ରବାର କରଞ୍ଜିଆ-ଟଙ୍ଗାବିଲା ୨୨୦ନଂ. ଜାତୀୟ ରାଜପଥର ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ୭ ଘଣ୍ଟା ଧରି ରାସ୍ତା ଅବରୋଧ କରିଥିଲେ। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହେବାରୁ ବିଭାଗୀୟ ଅଧିକାରୀ ସମ୍ପୃକ୍ତ ମହିଳା ଫରେଷ୍ଟ ଗାର୍ଡଙ୍କୁ କାର୍ଯ୍ୟରୁ ନିଲମ୍ବିତ କରି ଥିବାବେଳେ ତାଙ୍କ ନାମରେ ଥାନାରେ ମାମଲା ରୁଜୁ ହୋଇଛି।
ସୂଚନା ଅନୁଯାୟୀ, ଦୁଧିଆଣୀ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ କବିତା ବେହେରା ଗୁରବାର ରାତିରେ ତାଟୋ ନିକଟ ବାରାହାପାଣପୋଷି ଗ୍ରାମର ସ୍ବର୍ଗତ ରାଜେନ୍ଦ୍ର ପୂର୍ତ୍ତୀଙ୍କ ଘରକୁ ଯାଇ ତାଙ୍କର ସ୍ତ୍ରୀ ଦ୍ରୌପଦୀ ଓ ତାଙ୍କ ଘରକୁ ଆସିଥିବା ତାଙ୍କର ଗର୍ଭବତୀ ଝିଅ ଶୁକମତୀଙ୍କୁ ଜଙ୍ଗଲରୁ କାଠ ଚୋରି କରିଥିବା ଅଭିଯୋଗରେ ତାଟୋ ସ୍ଥିତ ରେଞ୍ଜ କାର୍ଯ୍ୟାଳୟ ନେଇ ଆସିଥିଲେ। ସେଠାରେ ଫରେଷ୍ଟଗାର୍ଡଙ୍କ ସହିତ ମା’ ଓ ଝିଅଙ୍କର ଯୁକ୍ତିତର୍କ ହୋଇଥିଲା। ଫରେଷ୍ଟ ଗାର୍ଡ ଜଣକ ମା’ ଓ ଝିଅଙ୍କ କାନ ଧରି ଉଠବସ କରାଇ ମାଡ଼ ମାରି ଆହତ କରିଥିଲେ। ଖବର ପାଇ ଗ୍ରାମବାସୀ ଉଭୟଙ୍କୁ କାର୍ଯ୍ୟାଳୟରୁ ଆହତ ଅବସ୍ଥାରେ ଆଣି ପ୍ରଥମେ ତାଟୋ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଥିଲେ। ରାତିରେ ଫରେଷ୍ଟ ଗାର୍ଡଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ କରଞ୍ଜିଆ ଥାନାରେ ଏକ ମାମଲା(ନଂ.୨୭/୨୦) ରୁଜୁ ହୋଇଥିଲା। ଶୁକ୍ରବାର ସକାଳେ ସ୍ଥାନୀୟ ଲୋକମାନେ ସମ୍ପୃକ୍ତ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବନ ଓ ଗିରଫ ଦାବିରେ ସକାଳ ୯ଟାରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିଥିଲେ। ଖବର ପାଇ କରଞ୍ଜିଆ ଥାନା ଅଧିକାରିଣୀ ସୋରାଜନୀ ସିଂ, ତହସିଲଦାର ତାପସରଞ୍ଜନ ଦେହୁରୀ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଅବରୋଧକାରୀମାନଙ୍କ ସହିତ ଆଲୋଚନା କରିଥିଲେ। ଡିଏଫଓ ପ୍ରସନ୍ନ କୁମାର ବେହେରା ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବିତ କରିବା ସହ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ। ଏହାପରେ ରାସ୍ତା ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ  ନିର୍ମାଣ କାର୍ଯ୍ୟ...

ସୁଦାମ-ନବଚରଣ ଲଢ଼େଇ

ବାରିପଦା,୨୮ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଭାଜପା ଓ ବିଜେଡି ପକ୍ଷରୁ ମୟୂରଭଞ୍ଜ ଲୋକସଭା ପ୍ରାର୍ଥୀ ଘୋଷଣା ପରେ ଜିଲାରେ ନିର୍ବାଚନୀ ଉଷ୍ମତା ଜୋର ଧରିଛି। ଦୁଇ ପ୍ରମୁଖ ଦଳର...

ଅଫିମ ବେପାରୀଙ୍କ ପାଇଁ ଅକଳରେ ଆଦିବାସୀ

ବାରିପଦା,୨୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଅଫିମ ଚାଷର ପସରା ମେଲିଛି। ଏକର ଏକର ଜମିରେ ଅଫିମ ଚାଷ କରି ମାଲେମାଲେ ହେଉଥିବା...

ମାଂସ ପାଇଁ ୩ଦିନ ପଡ଼ିରହିଲା ମୃତଦେହ

ବାରିପଦା,୧୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଗାଁର ସମସ୍ତଙ୍କ ଭୋଜି ଭାତରେ ସାମିଲ ହେଉଥିଲେ। ହେଲେ ଜାତିଭାଇଙ୍କୁ ନିଜ ବାହାଘର ଭୋଜି ଦେଲେନି। ଏନେଇ ଗାଁ ଲୋକଙ୍କ ସହ ଲାଗି...

ବଜ୍ରପାତରେ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଆହତ

ଠାକୁରମୁଣ୍ଡା,୧୮ା୩(ତାରାକାନ୍ତ ପଟ୍ଟନାୟକ): ସୋମବାର ସକାଳେ ବଜ୍ରପାତ ହୋଇ ସ୍ବାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଆହତ ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା...

ଗୋରୁ ବୋଝେଇ ପିକ୍‌ଅପ୍‌ ଜବତ କଲେ ଗ୍ରାମବାସୀ

ମୋରଡ଼ା,୧୫ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ତଥା ଚିତ୍ରଡ଼ା ଫାଣ୍ଡି ଅଧୀନ ଝିଙ୍କିରିଆ ଗ୍ରାମବାସୀଙ୍କ ଦ୍ୱାରା ଏକ ଗୋରୁ ଗାଡ଼ି ଜବତ ହୋଇଛି। ସୂଚନାନୁଯାୟୀ, ଶୁକ୍ରବାର...

ସଙ୍ଘ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ସରପଞ୍ଚ ନିଲମ୍ବିତ

ମୋରଡା,୧୨।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ସରପଞ୍ଚ ସଙ୍ଘରୁ ଦୁଇଜଣ ସରପଞ୍ଚ ନିଲମ୍ବିତ ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ, ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri