Posted inଖେଳ

ମାଞ୍ଚେଷ୍ଟରରେ ଭାରତଠାରୁ ପରାଜିତ ହୋଇଥିଲା ପାକିସ୍ତାନ: ସମାଲୋଚନା ଯୋଗୁଆତ୍ମହତ୍ୟା କରିବାକୁ ଚାହିଁଥିଲେ କୋଚ୍‌ ମିକି ଆର୍ଥର

ଲଣ୍ଡନ,୨୫ା୬ (ପି.ଟି.)-ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ନିକଟରୁ ପରାଜୟ ପରେ ପାକିସ୍ତାନ ମୁଖ୍ୟ କୋଚ୍‌ ମିକି ଆର୍ଥର ଆତ୍ମହତ୍ୟା କରିବା ଲାଗି ବିଚାରିଥିଲେ ବୋଲି ପ୍ରକାଶ କରିଛନ୍ତି। ଜୁନ୍‌ ୧୬ରେ ମାଞ୍ଚେଷ୍ଟରଠାରେ ଖେଳାଯାଇଥିବା ଆଇସିସି ବିଶ୍ୱକପ୍‌ ମ୍ୟାଚରେ ଭାରତଠାରୁ ୮୯ ରନରେ ପରାଜୟ ପରେ ପାକିସ୍ତାନ ଦଳକୁ ମିଡିଆ, ସମର୍ଥକ ଏବଂ ପୂର୍ବତନ କ୍ରିକେଟରମାନଙ୍କ ଦ୍ୱାରା କଟୁ ସମାଲୋଚନାର ପାତ୍ର ହୋଇଥିଲା। ଗତ ରବିବାର ମୁଁ ଆତ୍ମହତ୍ୟା କରିବା ଲାଗି ଭାବିଥିଲି, ମାତ୍ର ବିଭିନ୍ନ ଦିଗରୁ ବିଚାର କରି ନିଷ୍ପତ୍ତିର ପରିବର୍ତ୍ତନ କରିଥିଲି ବୋଲି ଆର୍ଥର ଏଠାରେ ଗଣମାଧ୍ୟମ ନିକଟରେ ପ୍ରକାଶ କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଏହାର ପରବର୍ତ୍ତୀ ଗେମ୍‌ ଜିତିବା ଦ୍ୱାରା ପାକିସ୍ତାନର ସେମିଫାଇନାଲ ଆଶା ଉଜ୍ଜୀବିତ ହୋଇଛି। ପାକିସ୍ତାନ ଯଦି ଏହାର ଅବଶିଷ୍ଟ ତିନୋଟି ମ୍ୟାଚରେ ବିଜୟ ହାସଲ କରେ ଏବଂ ଅନ୍ୟ ଟିମ୍‌ଗୁଡ଼ିକର ମ୍ୟାଚ ଫଳାଫଳ ଏହା ସପକ୍ଷରେ ଯାଏ ତେବେ ସେମିଫାଇନାଲ ଯିବା ପକ୍କା ହୋଇଯିବ। ପାକିସ୍ତାନ ଏହାର ପରବର୍ତ୍ତୀ ତିନୋଟି ମ୍ୟାଚ ୧୯୯୨ ବିଜେତା ତଥା ଟେବୁଲ ଟପ୍ପର ନ୍ୟୁଜିଲାଣ୍ଡ, ଆଫଗାନିସ୍ତାନ ଏବଂ ବାଂଲାଦେଶ ବିପକ୍ଷରେ ଖେଳିବ। ଆର୍ଥର କହିଛନ୍ତି, ପରବର୍ତ୍ତୀ ତିନୋଟି ମ୍ୟାଚରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ସେ ଖେଳାଳିମାନଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ସ୍କୋର ଆଶାରେ ସାଉଥ୍‌ ଆଫ୍ରିକା

ନୂଆଦିଲ୍ଲୀ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ସାଉଥ୍‌ ଆଫ୍ରିକା ନିଷ୍ପତ୍ତି ନେଇଛି। ଟି-୨୦ ବିଶ୍ବକପ୍‌ର ସୁପର-୮ ମୁକାବିଲାରେ ସାମ୍ନାସାମ୍ନି ହେବ।  ଅପରିବର୍ତ୍ତିତ ଏକାଦଶ ସହ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…

ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

ତାରିକ ରହମାନ ଆସିବା ପରେ ସୁଧୁରୁଛି ସମ୍ପର୍କ.., ବାଂଲାଦେଶ ପୁଣି ଭାରତ ପାଇଁ ଆରମ୍ଭ କରିବ ଏହି ସେବା, ତାରିଖ ଆସିଲା ସାମ୍ନାକୁ!

ନୂଆଦିଲ୍ଲୀ/ଢାକା,୨୨।୨: ନୂତନ ସରକାର ଗଠନ ହେବା ସହିତ, ବାଂଲାଦେଶ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛି। ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟର…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri