ମାଟିରେ ମିଶିଯିବ ମହତ ଉଦ୍ଦେଶ୍ୟ: ଜରାଜୀର୍ଣ୍ଣ ହେଉଛି ପ୍ରଜାମଣ୍ଡଳ ଭବନ

ତାଳଚେର,୧୪ା୧୨ (ମନୋଜ ନନ୍ଦ) – ପ୍ରଜାମଣ୍ଡଳ ଆନ୍ଦୋଳନ ଓ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ମାତ୍ର ୧୫ ବର୍ଷ ତଳେ ଉଦ୍‌ଘାଟିତ ତାଳଚେର ହାଟତୋଟାସ୍ଥିତ ପ୍ରଜାମଣ୍ଡଳ ଭବନ ଜରାଜୀର୍ଣ୍ଣ ହେବାରେ ଲାଗିଛି। ଉଦ୍‌ଘାଟନ ପରଠାରୁ ଏହାକୁ ପୌର ସଂସ୍ଥାକୁ ହସ୍ତାନ୍ତର କରାଯାଇଥିଲେ ବି କର୍ତ୍ତୃପକ୍ଷ କେବଳ ଏଠାରୁ ରାଜସ୍ବ ଆଦାୟରେ ବ୍ୟସ୍ତ ରହୁଥିବା ଅଭିଯୋଗ ହେଉଛି। କାରଣ ଏହି ୧୫ ବର୍ଷ ମଧ୍ୟରେ ରକ୍ଷଣାବେକ୍ଷଣ ବାବଦରେ ପୌର ସଂସ୍ଥା କିଛି ବି କାର୍ଯ୍ୟ କରି ନ ଥିବା ସହରବାସୀ ଅଭିଯୋଗ କରୁଛନ୍ତି। ଖାସ୍‌ ଏଥିପାଇଁ ଯେଉଁ ମହତ ଉଦ୍ଦେଶ୍ୟରେ ଏହାର ନିର୍ମାଣ କରାଯାଇଥିଲା ତାହା ଏବେ ମାଟିରେ ମିଶିଯିବ ବୋଲି ସହରବାସୀ ଆଶଙ୍କା କରୁଛନ୍ତି।
୧୯୯୭ରେ ତତ୍‌କାଳୀନ ନଗର ଉନ୍ନୟନ ମନ୍ତ୍ରୀ ଅମର ପ୍ରଧାନ ଏହି ପ୍ରଜାମଣ୍ଡଳ ଭବନର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ମହାନଦୀ କୋଲ୍‌ ଫିଲଡ୍‌ସ ଲିମିଟେଡ୍‌ ପକ୍ଷରୁ ଏଥିପାଇଁ ୬୯ ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଥିଲା। ୨୦୦୪ ଜାନୁୟାରୀ ୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଜାମଣ୍ଡଳ ଭବନର ଉଦ୍‌ଘାଟନ କରିଥିଲେ। ସେବେଠାରୁ ଏହାକୁ ତାଳଚେର ପୌରପରିଷଦକୁ ହସ୍ତାନ୍ତର କରାଯାଇଥିଲା। ଦାୟିତ୍ୱ ନେବାର ୧୫ ବର୍ଷ ମଧ୍ୟରେ ପୌର କର୍ତ୍ତୃପକ୍ଷ ପ୍ରଜାମଣ୍ଡଳ ଭବନ ଓ ଏହାର ପରିସରକୁ ବିଭିନ୍ନ ସାଂସ୍କୃତିକ, ଫାଟକ, ଘର, ଶୌଚାଳୟ, କବାଟ ଝରକା ଆଦି ଭାଙ୍ଗିରୁଜି ଯିବାକୁ ବସିଥିଲେ ବି ତାହାର ମରାମତି କରୁନାହାନ୍ତି। ଏପରି କି ଚଟାଣ ତାଡ଼ି ହୋଇ ମାଟି ଦେଖାଯାଉଥିବାରୁ ଏହା ଏବେ ବ୍ୟବହାର ଉପଯୋଗୀ ହୋଇ ରହିନାହିଁ। କିନ୍ତୁ ପୌର କର୍ତ୍ତୃପକ୍ଷ ଏ ଦିଗରେ ଧ୍ୟାନ ଦେଉ ନ ଦେଇ ବ୍ୟବସାୟରେ ମାତି ଥିବାରୁ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। କେବଳ ପୌର ସଂସ୍ଥା ନୁହେଁ ତାଳଚେର ପ୍ରଶାସନ ମଧ୍ୟ ଏଥିପାଇଁ ଦାୟୀ ବୋଲି ସହରବାସୀ ଅଭିଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri