ମାଟିରେ ମିଶିଲା ରୂପେଶ ଭଦ୍ରଙ୍କ ଅତିଥିଭବନ

ଧର୍ମଶାଳା/ରସୁଲପୁର,୭।୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ର୍ନିବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବିବାଦକୁ ଆସିଥିବା ବାଲିଗରିରେ ଥିବା ଅତିଥିଭବନ ଶୁକ୍ରବାର ଭଙ୍ଗାଯାଇଛିା। ବର୍ତ୍ତମାନ ସମ୍ପୂର୍ଣ୍ଣ ଅଟ୍ଟାଳିକା ମାଟିରେ ମିଶିଛି। ପାଞ୍ଚଜଣ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଅପରାହ୍ନ ୧୨ଟାରୁ ଏହି ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଥିଲା।

ସୂଚନାଯୋଗ୍ୟ, ଗୁରୁବାର ଏ ନେଇ ଅଭିଯୁକ୍ତ ରୁପେଶ ଭଦ୍ରଙ୍କ ପରିବାରକୁ ନୋଟିସ କରାଯାଇଥିଲା। ସକାଳେ ଏଡିଏମ୍‌ ମିହିର କୁମାର ମହାନ୍ତି, ଅତିରିକ୍ତ ଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ଏସ୍ଡିପିଓ ଚିନ୍ମୟ କୁମାର ନାୟକ, ଏଏସ୍ପି ରାଜକିଶୋର ଦୋରା, ଭବାନୀଶଙ୍କର ପଟ୍ଟନାୟକ, ଜେନାପୁର-ବଡ଼ଚଣା-କୁଆଖିଆ ଥାନାଧିକାରୀଙ୍କ ସହ ୨ ପ୍ଲାଟୁନ ପୋଲିସ ଫୋର୍ସ ଉପସ୍ଥିତିରେ ଅତିଥିଭବନ ଭଙ୍ଗା ଆରମ୍ଭ ହୋଇଥିଲା। ଏହା ପୂର୍ବରୁ ହରିଦାସପୁର ସରପଞ୍ଚ ତଥା ରୁପେଶଙ୍କ ସ୍ତ୍ରୀ ଏବଂ ସ୍ଥାନୀୟ ବାସିନ୍ଦା ଏହାକୁ ବିରୋଧ କରିଥିଲେ। ଗୁରୁବାର ସେମାନେ ନୋଟିସ ପାଇଥିବା ବେଳେ ଏତେ କମ୍‌ ସମୟ ବ୍ୟବଧାନରେ କିଭଳି ଭାବେ ଘର ଭଙ୍ଗାଯିବ ସେନେଇ ଆପତ୍ତି ଉଠାଇଥିଲେ । ହେଲେ ପରେ ଅତିଥିଭବନଟି ନିଶ୍ଚିତ ଭଙ୍ଗାଯିବ ବୋଲି ଜାଣିବା ପରେ ସେଠାରୁ ବିଭିନ୍ନ ସାମଗ୍ରୀ ବାହାର କରିନେଇଥିଲେ। ଏହାପରେ ଭଙ୍ଗାକାର୍ଯ୍ୟ ଆରମ୍ଭ ହୋଇଥିଲା।

ଅକ୍ଟୋବର ୧୬ ତାରିଖରେ ଉକ୍ତ ଅତିଥିଭବନରେ ସ୍ମିତାରାଣୀଙ୍କ ରହସ୍ୟଜନକ ଭାବେ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ତୁମ୍ବିତୋଫାନ କରାଯାଇଥିଲା। ଘଟଣାରେ ହରିଦାସପୁର ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ର ଗିରଫ ହୋଇ ଏବେ ଜେଲରେ ଅଛନ୍ତି। ଅପରପକ୍ଷେ ରୂପେଶଙ୍କ ଅତିଥିଭବନଟି ବିବାଦୀୟ ଜମିରେ ରହିଥିବା ଖବର ପ୍ରକାଶ ପାଇଥିଲା। ତହସିଲଦାର ଘଟଣାର ଯାଞ୍ଚ କରି ଅତିଥିଭବନଟି ଏକ ସରକାରୀ ଜମିରେ ରହିଥିବା ରିପୋର୍ଟ ପ୍ରଦାନ କରିଥିଲେ। ଏହି ତଥ୍ୟ ପ୍ରଘଟ ହେବା ପରେ ଯାଜପୁର ଜିଲାପାଳଙ୍କ ନିର୍ଦ୍ଦେଶ ମୁତାବକ ଅତିଥିଭବନ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?