ମାଟି ଖୋଳିଲେ କରୀନା

ନୂଆଦିଲ୍ଲୀ: କପୁର ପରିବାରର ଝିଅ, ନଓ୍ବାବ୍‌ ପରିବାରର ବୋହୂ ତଥା ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ ଜମିରେ ମାଟି ଖୋଳୁଛନ୍ତି। ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସତ। ଦର୍ଶକେ କରୀନାଙ୍କୁ ରେଡ୍‌ କାର୍ପେଟ୍‌ ବା ସିଲଭର୍‌ ସ୍କ୍ରିନ୍‌ରେ ଦେଖିଥିବେ। କିନ୍ତୁ ପ୍ରଥମ ଥର ପାଇଁ ତାଙ୍କୁ ରିୟଲ ଲାଇଫ୍‌ରେ ଜମିରେ କାମ କରୁଥିବା ଦେଖିବାକୁ ମିଳିଛି। ପ୍ରକୃତରେ କରୀନା ଆଜିକାଲି ସାମାଜିକ ସମ୍ପର୍କ ସୁଦୃଢ଼ କରିବାରେ ଲାଗିପଡ଼ିଛନ୍ତି ବୋଲି ଶୁଣିବାକୁ ମିଳିଛି। ଏହାସହ ସେ ନାରୀ ପରିବେଶ ସୁରକ୍ଷା, ସଶକ୍ତୀକରଣ ଓ ବାଲ୍ୟାଧିକାର ସହ ଜଡ଼ିତ ବିଭିନ୍ନ କାର୍ଯ୍ୟକ୍ରମରେ ମଧ୍ୟ ନିଜକୁ ସାମିଲ କରୁଛନ୍ତି। ଏହିକ୍ରମରେ ତାଙ୍କର ଏକ ଜିଆଇଏଫ୍‌ ଭିଡିଓ ସୋସିଆଲ ମିଡିଆ ମାଧ୍ୟମରେ ସାମ୍ନାକୁ ଆସିଛି, ଯେଉଁଥିରେ ସେ ଜମିରେ ମାଟି ଖୋଳୁଥିବା ଦେଖିବାକୁ ମିଳିଛି। କରୀନାଙ୍କ ଏହି ଭିଡିଓରେ ଲୋକପ୍ରିୟ ୟୁଟ୍ୟୁବ୍‌ ଷ୍ଟାର୍‌ ପ୍ରାଜକ୍ତା କୋଲିଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ସୂତ୍ର ଅନୁସାରେ ଏକ ବୃକ୍ଷରୋପଣ ଅଭିଯାନରେ ନିଜକୁ ସାମିଲ କରି ଉଭୟ ଗଛ ଲଗାଇବାରେ ସହାୟତା କରିବାକୁ ଜମିରେ ମାଟି ଖୋଳିଥିଲେ। ତେବେ କରୀନାଙ୍କ ଏହି ବିଚାରଧାରାକୁ ଫ୍ୟାନ୍ସ ଖୁବ୍‌ ପସନ୍ଦ କରିଛନ୍ତି। ପୂର୍ବରୁ ମଧ୍ୟ ସେ ୟୁନିସେଫ୍‌ ସହ ହାତ ମିଳାଇ ସାମାଜିକ ଉତ୍‌ଥାନ ଦିଗରେ ଅନେକ କାର୍ଯ୍ୟ କରିଛନ୍ତି। ଅନ୍ୟପକ୍ଷରେ ଖୁବ୍‌ଶୀଘ୍ର କରୀନାଙ୍କୁ ‘ଗୁଡ୍‌ ନ୍ୟୁଜ୍‌’ ଫିଲ୍ମରେ ଦେଖିବାକୁ ମିଳିବ। ଫିଲ୍ମରେ ଦୀଲ୍‌ଜିତ୍‌ ଦୋସାଞ୍ଝଙ୍କ ସହ ସେ ମୁଖ୍ୟ ଭୂମିକାରେ ନଜରକୁ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri