ମାଟି ଚୋରା ଚାଲାଣ ବେଳେ ଚଢ଼ାଉକୁ ନେଇ ସନ୍ଦେହ

ଅନୁଗୋଳ ଅଫିସ, ୬।୧୧-ବଅଁରପାଳ ବ୍ଲକ କୁଇଓ ଠାରେ ୫ଟି ଟିପ୍ପର ସହ ଗୋଟିଏ ଜେସିବି ମେଶିନ୍‌ ଦ୍ୱାରା ମାଟି ଚୋରା ଚାଲାଣ ହେଉଥିବା ବେଳେ ମଙ୍ଗଳବାର ଅତିରିକ୍ତ ତହସିଲଦାର ଶ୍ୟାମସୁନ୍ଦର ସାହୁ ଚଢ଼ାଉ କରିଥିଲେ। ହେଲେ ଗାଡ଼ିଗୁଡ଼ିକୁ ଥାନା କି ତହସିଲକୁ ନିଆଯିବା କିମ୍ବା ଜରିମାନା ଆଦାୟ ପରିବର୍ତ୍ତେ ଘଟଣାସ୍ଥଳରେ ଛାଡ଼ି ଅତିରିକ୍ତ ତହସିଲଦାର ପଳାଇ ଯାଇଥିଲେ। ଅତିରିକ୍ତ ତହସିଲଦାରଙ୍କ ଏପରି କାର୍ଯ୍ୟକୁ ନେଇ ସ୍ଥାନୀୟ ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି। ଗାଡ଼ିଗୁଡ଼ିକ ଦୀର୍ଘ ସମୟ ଧରି ସେଠାରେ ଠିଆ ହୋଇ ରହିଥିବାରୁ ଏ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ତେବେ ଅତିରିକ୍ତ ତହସିଲଦାରଙ୍କ ସହ ଯୋଗାଯୋଗ ହୋଇପାରି ନ ଥିବାରୁ ଘଟଣା ସମ୍ପର୍କରେ ଅଧିକ ତଥ୍ୟ ଓ ମତାମତ ମିଳିପାରି ନାହିଁ।
ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, କୁଇଓ ଠାରେ ମାଟି ଚୋରା ଚାଲାଣ ହେଉଥିବା ସୂଚନା ପାଇ ବଅଁରପାଳ ତହସିଲ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାହ୍ନ ସାଢ଼େ ୧୦ଟାରେ ଅତିରିକ୍ତ ତହସିଲଦାର ସାହୁ ଓ କାର୍ଯ୍ୟାଳୟର ଅନ୍ୟ କର୍ମଚାରୀମାନେ ଚଢ଼ାଉ କରିଥିଲେ। ଏପରି କି ଗାଡ଼ି ଗୁଡ଼ିକ ଅଟକ ରଖିଥିଲେ ବି କୌଣସି ଜରିମାନା ଆଦାୟ କରି ନ ଥିଲେ। କେବଳ ଚାଳକମାନଙ୍କ ସହ ଆଲୋଚନା କରି ମାଟି ଚୋରା ଚାଲାଣ ବନ୍ଦ କରିବାକୁ ତାଗିଦ୍‌ କରିଥିଲେ। ଏହାପରେ ଚାଳକମାନଙ୍କୁ କାର୍ଯ୍ୟାଳୟକୁ ଯାଇ ଦେଖା କରିବାକୁ କହିଥିଲେ। କିନ୍ତୁ ଗାଡ଼ିଗୁଡ଼ିକ ରାସ୍ତା ଉପରେ ଛାଡ଼ି ଅତିରିକ୍ତ ତହସିଲଦାର ଚାଲିଯାଇଥିଲେ। ଏପରି କି ଗାଡ଼ି ଗୁଡ଼ିକ ଜବତ କରାଯାଇଛି କି ନାହିଁ ସେ ନେଇ କୌଣସି ସୂଚନା ଦେଇ ନ ଥିଲେ। ଏହି ଘଟଣାରେ ବଅଁରପାଳ ତହସିଲଦାର ଜିତେନ୍ଦ୍ର କୁମାର ସାହୁ କହିଛନ୍ତି, ଅତିରିକ୍ତ ତହସିଲଦାର ଚଢ଼ାଉ କରିଥିଲେ। କିନ୍ତୁ ଏହାପରେ କ’ଣ ହୋଇଛି ସେ ଜାଣିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri