ମାଟ୍ରିକ ପରୀକ୍ଷା ଆରମ୍ଭ; ପାଟଣା ବ୍ଲକର ୧୧ କେନ୍ଦ୍ରରେ ୧୭୫୨ ପରୀକ୍ଷାର୍ଥୀ: ସିସିଟିଭି କ୍ୟାମେରା ଲାଗିବାକୁ ନେଇ ଅଭିଭାବକ ଅସନ୍ତାଷ

ପାଟଣା,୧୯।୨(ସ୍ବ.ପ୍ର.): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଚାଲିଛି। ସମସ୍ତ ବିଷୟ ପରୀକ୍ଷା ଅଢ଼େଇ ଘଣ୍ଟା ହେବ। କେବଳ ଗଣିତ ପରୀକ୍ଷା ପାଇଁ ୧୫ ମିନିଟ ଅଧିକ ସମୟ ଦିଆଯାଇଛି। ପ୍ରଥମକରି କେତେକ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିବାକୁ ନେଇ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଥର ପରୀକ୍ଷା ପ୍ରଶ୍ନୋତ୍ତର ଅବ୍‌ଜେକ୍ଟିଭ୍‌ ବଦଳରେ ସବ୍‌ଜେକ୍ଟିଭ ରହିଛି।
କେନ୍ଦୁଝର ଜିଲା ପାଟଣା ବ୍ଲକର ୧୧ଟି ପରୀକ୍ଷା କେନ୍ଦ୍ରରେ ମୋଟ ୧୭୫୨ ଜଣ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। କେବଳ ୨ଟି କେନ୍ଦ୍ର ମୁଖ୍ୟାଳୟ ସ୍ଥିତ ଗୋପୀନାଥ ନାରାୟଣ ଉଚ୍ଚ ବିଦ୍ୟାଳୟ ନୋଡାଲ ସେଣ୍ଟର ଓ ଟାଙ୍ଗରପଡ଼ା ସ୍ଥିତ ଟାଙ୍ଗରପଡ଼ା ଉଚ୍ଚବିଦ୍ୟାଳୟରେ ସିସିଟିଭି କ୍ୟାମେରା ଲାଗିଛି। ଏହି ସେଣ୍ଟର ଦୁଇଟିର ୩୫୬ଜଣ ପରୀକ୍ଷାର୍ଥୀ ଚାପରେ ରହିଛନ୍ତି। କ୍ୟାମେରା ଲାଗି ନ ଥିବା ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀ ବିନା ଭୟରେ ପରୀକ୍ଷା ଦେବେ ବୋଲି ଅଭିଭାବକମାନେ ପ୍ରକାଶ କରିଛନ୍ତି। ଅଭିଭାବକଙ୍କ କହିବା କଥା ହେଲା ଯଦି ସିସିଟିଭି କ୍ୟାମେରା ଲାଗୁଛି ତେବେ ସବୁ ପରୀକ୍ଷା କେନ୍ଦ୍ରରେ ଲାଗୁ। ନ ହେଲେ କୌଣସି କେନ୍ଦ୍ରରେ ନ ଲଗାଯାଉ। ପାଟଣା ମୁଖ୍ୟାଳୟସ୍ଥିତ ଗୋପୀନାଥ ନାରାୟଣ ଉଚ୍ଚ ବିଦ୍ୟାଳୟ ନୋଡାଲ କେନ୍ଦ୍ରରେ ଏପିଆର ପୋଲିସଙ୍କ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପ୍ରଶ୍ନପତ୍ର ରହିଛି। ବୁଧବାର ପ୍ରଶ୍ନପତ୍ରକୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଧାର୍ଯ୍ୟ ସମୟରେ ପହଞ୍ଚାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି…

ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା: ଜୁଲାଇ ୧୫ ସୁଦ୍ଧା ଆରମ୍ଭ ହେବ…

ନୂଆଦିଲ୍ଲୀ,୧୨।୬: ରେଳ ଟିକେଟ ବୁକ କରୁଥିବା ଲୋକଙ୍କ ପାଇଁ ଏକ ଖୁସି ଖବର। ଏକ ନୂତନ IRCTC ୱେବସାଇଟ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଲୋକମାନେ…

ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ ପାଇଁ ଦାବି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ (ପରିବେଶ ପର୍ଯ୍ୟଟନ) ପାଇଁ ଦାବି ହୋଇଛି। ଏନେଇ ଶୁକ୍ରବାର ଭବାନୀପାଟଣାରେ ଜଙ୍ଗଲ ଓ…

ଜେଲ୍ ୱାର୍ଡରଙ୍କ ଦବଙ୍ଗଗିରି! ବିଚ୍ ରାସ୍ତାରେ ଯୁବକଙ୍କୁ ଚାପୁଡ଼ା, ଭିଡିଓ ଭାଇରାଲ

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ) : ବ୍ରହ୍ମପୁର ମଣ୍ଡଳ କାରାଗାର ମୁଖ୍ୟ ଫାଟକ ସମ୍ମୁଖରେ ଜେଲ ଓ୍ବାର୍ଡର ଜଣେ ଯୁବକଙ୍କୁ ମାଡ ମାରୁଥିବା ଭିଡିଓ ଭାଇରାଲ ହେଉଛି ।…

ଓଡ଼ିଶା ଡ୍ରାଇଭର ମହାସଙ୍ଘ, ଦେବଗଡ ଶାଖା ପକ୍ଷରୁ ଅଟୋ ରିକ୍ସା ଶୋଭାଯାତ୍ରା: ଏହିସବୁ ଦାବି ରଖିଲେ…

ଦେବଗଡ,୧୨।୬(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଡ୍ରାଇଭର ମହାସଙ୍ଘ, ଦେବଗଡ ଶାଖା ପକ୍ଷରୁ ବିଭିନ୍ନ ଦାବି ନେଇ ଆଜି ଅଟୋ ରିକ୍ସା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିସହ…

୪ର୍ଥ ବାଟାଲିଅନ ଆଇଆର୍‌ବିର ନୂତନ କମାଣ୍ଡାଣ୍ଟଙ୍କ ଯୋଗଦାନ, ଯବାନ-ଅନ୍ୟାନ୍ୟ ପଦାଧିକାରୀଙ୍କ ମଧ୍ୟରେ ଉତ୍ସାହ

ଦେବଗଡ,୧୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକର ବମ୍ପରଡା ସ୍ଥିତ ୪ର୍ଥ ଆଇଆର୍‌ବିର କମାଣ୍ଡାଣ୍ଟ ଭାବେ ଭବାନୀ ଶଙ୍କର ସେଠ ଯୋଗଦାନ କରଛନ୍ତି । ଭବାନୀ…

କମ୍‌ ବୟସରେ ଟଳିପଡ଼ିଲେ ଭାରତର ପ୍ରସିଦ୍ଧ ଶୁଟର: ଜିତିଥିଲେ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ,୧୨।୬:ପ୍ରସିଦ୍ଧ ଶୁଟର ତଥା ଭାରତୀୟ ଅଲିମ୍ପିକ ଷ୍ଟାର ମନୁ ଭାକରଙ୍କ କୋଚ ଜସପାଲ ରାଣାଙ୍କ ଦେହାନ୍ତ ହୋଇଛି। ମ୍ୟୁନିଚ୍‌ରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ ପରେ ଭାରତ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri