ମାଟ୍ରିକ ପରୀକ୍ଷା ଫଳ: ବାଜିମାରିଲେ ଝିଅ, ଝାରସୁଗୁଡ଼ାରେ ସର୍ବାଧିକ ପାସ୍‌ ହାର ୮୫.୪୮%

କଟକ ଅଫିସ,୨୧।୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ୫ ଲକ୍ଷ ୬୨ ହଜାର ୨୧୩ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ଏଥିରେ ୩ ଲକ୍ଷ ୯୭ ହଜାର ୧୨୫ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୫ ହଜାର ୪୭୦ ଛାତ୍ରୀ ଓ ୧ ଲକ୍ଷ ୯୧ ହଜାର ୬୫୫ ଜଣ ଛାତ୍ର ପାସ୍‌ କରିଛନ୍ତି। ଚଳିତ ବର୍ଷ ପାସ୍‌ ହାର ୭୦.୭୮% ରହିଛି। ଗତବର୍ଷ ତୁଳନାରେ ଏଥର କମ୍‌ ସଂଖ୍ୟକ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ୨୮୯ଟି ହାଇସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ୮୨ ଟି ହାଇସ୍କୁଲରେ କେହି ଜଣେ ବି ପରୀକ୍ଷାର୍ଥୀ ପାସ୍‌ କରି ନାହାନ୍ତି। ୧୧୮୧ ପରୀକ୍ଷାର୍ଥୀ ଏ-୧ ଗ୍ରେସ୍‌ରେ ପାସ୍‌ କରିଛନ୍ତି। ଝାରସୁଗୁଡ଼ା ଜିଲାରେ ପାସ୍‌ ହାର ସର୍ବାଧିକ ୮୫.୪୮% ଥିବା ବେଳେ କୋରାପୁଟରେ ପାସ୍‌ ହାର ସର୍ବନିମ୍ନ ୫୦.୬୧% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri