ମାଟ୍ରିକ ପରୀକ୍ଷା ଫଳ: ଶକ୍ତି ପ୍ରସାଦ ମାଲକାନଗିରି ଜିଲାରେ ପ୍ରଥମ

ମାଲକାନଗିରି,୨୧ା୫ (ଡି.ଏନ୍‌.ଏ.)- ମଙ୍ଗଳବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ମାଲକାନଗିରି ଜିଲାରେ ଶତକଡ଼ା ୫୮.୩୯ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ମୋଟ ୫୪୧ ନମ୍ବର ଅର୍ଥାତ୍‌ ଶତକଡ଼ା ୯୦.୧୬ ପ୍ରତିଶତ ନମ୍ବର ରଖି ଜିଲାରେ ଶକ୍ତିପ୍ରସାଦ ରାଉତ ଟପ୍ପର ହୋଇଛନ୍ତି। ଚଳିତବର୍ଷ ଜିଲାରେ ୩୧ଟି ପରୀକ୍ଷା କେନ୍ଦ୍ରରେ ୧୦୯ଟି ବିଦ୍ୟାଳୟର ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ ା ଜଣେ ମାଲ ପ୍ରାକ୍ଟିସରେ ଧରା ପଡ଼ିଥିଲେ ା ଜିଲାରେ ପରୀକ୍ଷା ଦେବାକୁ ୫୬୯୯ ଜଣ ଫର୍ମପୂରଣ କରଥିବା ବେଳେ ପରୀକ୍ଷା ବେଳେ ୧୮୩ ଜଣ ଅନୁପସ୍ଥିତ ଥିଲେ। ତେବେ ୫୫୧୫ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୭୧୨ ଜଣ ଛାତ୍ର ଓ ୧୫୦୮ ଜଣ ଛାତ୍ରୀଙ୍କ ସମେତ ମୋଟ ୩୨୨୦ ଜଣ ଛାତୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ଏ ୱାନ ଗ୍ରେଡରେ ବାଲିମେଳା ଉଚ୍ଚ ବିଦ୍ୟାଳୟର ଛାତ୍ର ଶକ୍ତି ପ୍ରସାଦ ରାଉତ, ଏଟୁ ଗ୍ରେଡରେ ୧୮ ଜଣ, ବି-ୱାନ ଗ୍ରେଡରେ ୫୬ ଜଣ, ବିଟୁ ଗ୍ରେଡରେ ୧୩୪ ଜଣ, ୩୮୫ ଜଣ ସି, ୯୭୬ ଜଣ ଡି , ୧୬୫୦ ଜଣ ଇ ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଥିବା ଜଣାପଡିଛି। ୨୨୯୫ ଜଣ ଫେଲ ହୋଇଛନ୍ତି। ଜିଲାରେ ଟପ୍ପର ହୋଇଥିବା ଶକ୍ତି ପ୍ରସାଦ ତାଙ୍କର ଏହି ସଫଳତା ପାଇଁ ମାଆବାପା ଓ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଶ୍ରେୟ ଦେଇଛନ୍ତି। ଜଣେ ମେଧାବୀ ଛାତ୍ର ରୂପେ ଶକ୍ତିପ୍ରସାଦ ପାଠପଢ଼ା ସହ ବିଭିନ୍ନ ସମୟରେ ଅନେକ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସଫଳତା ପାଇଆସୁଥିଲେ ବୋଲି ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri