ମାଟ୍ରିକ ପରୀକ୍ଷା ଫଳ: ସରକାରୀ ଅପେକ୍ଷା ବେସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ର ଆଗରେ

ପାଟଣା,୨୨।୫(ସ୍ବ.ପ୍ର.): ମଙ୍ଗଳବାର ପ୍ରକାଶ ପାଇଥିଲା ମାଟ୍ରିକ ପରୀକ୍ଷା ଫଳ। କେନ୍ଦୁଝର ଜିଲା ପାଟଣା ବ୍ଲକ ସରକାରୀ ବିଦ୍ୟାଳୟର ପରୀକ୍ଷା ଫଳ ଖରାପ ରହିଥିବା ବେଳେ ବେସରକାରୀ ବିଦ୍ୟାଳୟର ଫଳ ଭଲ ହୋଇଛି। ପାଟଣାସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର ଜୟନ୍ତ କୁମାର ମହାନ୍ତ ବ୍ଲକରେ ସର୍ବାଧିକ ୫୪୦ ନମ୍ବର ରଖି ଏ-୧ ଗ୍ରେଡ୍‌ରେ ବ୍ଲକ ଟପ୍ପର ହୋଇଛନ୍ତି। ସେ ହେଉଛନ୍ତି ନୂଆପଡା ଗ୍ରାମର ଶିକ୍ଷକ ଭଦ୍ରୁନାଥ ମହାନ୍ତଙ୍କ ପୁଅ। ଏହି ସଫଳତାର ଶ୍ରେୟ ସେ ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଦେଇଛନ୍ତି। ବିଦ୍ୟାଳୟର ମୋଟ ୫୧ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ସମସ୍ତେ ପାସ କରିଛନ୍ତି। ଏ-୧ ଗ୍ରେଡ୍‌ରେ ଜଣେ ଛାତ୍ର ପାସ କରିଥିବା ବେଳେ ଏ-୨ରେ ୧୦ ଛାତ୍ରୀଛାତ୍ର ପାସ କରିଛନ୍ତି। ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ତୃରୁମୁଙ୍ଗାରେ ୩୯ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ସମସ୍ତ ଛାତ୍ରୀଛାତ୍ର ପାସ କରିଛନ୍ତି। ସେମାନଙ୍କ ମଧ୍ୟରୁ ଏ-୨ ଗ୍ରେଡ୍‌ରେ ୪ଜଣ ରହିଛନ୍ତି। ଜିଏନ୍‌ ହାଇସ୍କୁଲର ୭୧ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୪୮ଜଣ ପାସ କରିଥିବା ବେଳେ ଜଣେ ଛାତ୍ର ଏ-୨ ଗ୍ରେଡ୍‌ରେ ପାସ କରିଛନ୍ତି। ସରକାରୀ ଉଚ୍ଚ ବିଦ୍ୟାଳୟ ସ୍ବାମପାଟଣାରେ ମୋଟ ୪୮ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୩୬ଜଣ ପାସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri