ମାଟ୍ରିକ ପରୀକ୍ଷା: ୬ରୁ ମିଳିବ ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୨।୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେବ। ଏଥି ନିମନ୍ତେ ଆଡ୍‌ମିଟ କାର୍ଡ ଆସନ୍ତା ୬ ତାରିଖରୁ ମିଳିବ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି। ବୋର୍ଡର ନିଜସ୍ବ ୱେବ୍‌ସାଇଟ୍‌ରେ ସ୍କୁଲ କର୍ତ୍ତୃପକ୍ଷ ୟୁଜର ଆଇଡି ଓ ପାସ୍‌ୱାର୍ଡ ଦେଇ ଛାତ୍ରୀଛାତ୍ରଙ୍କ ଆଡ୍‌ମିଟ୍‌ କାର୍ଡ ଡାଉନ୍‌ଲୋଡ କରିପାରିବେ। ଉପରୋକ୍ତ ତିନୋଟି ପରୀକ୍ଷା ଗୋଟିଏ ଦିନରେ ଆରମ୍ଭ ହେବ। ଏ ନେଇ ବୋର୍ଡ ସଭାପତି ରାମାଶିଷ ହାଜରା କୁହନ୍ତି, ଆସନ୍ତା ୬ କିମ୍ବା ୭ ତାରିଖରେ ଆଡ୍‌ମିଟ୍‌ କାର୍ଡ ମିଳିବ। ଏ ନେଇ ୱେବ୍‌ସାଇଟରେ ଆଡ୍‌ମିଟ୍‌ କାର୍ଡ ଅପଲୋଡ ଚାଲିଛି। ୫ ଲକ୍ଷ ୬୦ହଜାର ପରୀକ୍ଷାର୍ଥୀ ଚଳିତବର୍ଷ ବୋର୍ଡ ପରୀକ୍ଷା ଦେବେ ବୋଲି ସଭାପତି ହାଜରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri