ମାଡ଼ର ପ୍ରତିଶୋଧ ହତ୍ୟାରେ

ରାସୋଳ, ୧୫।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା ଅନ୍ତର୍ଗତ କୁକୁଟା ଗ୍ରାମର ରାଜମିସ୍ତ୍ରି ବୁନୁ ବେହେରା (୪୦) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପଞ୍ଚପଡ଼ା ଗ୍ରାମର ପ୍ରଶାନ୍ତ ବେହେରା (୨୮), ତାଙ୍କ ସହଯୋଗୀ ମହେଶ୍ୱର ଚାନ୍ଦ (୩୬), ଟୁବୁଲୁ ବାରିକ (୧୮) ଏବଂ ଚିତ୍ତଲପୁର ସରଧାବେରେଣୀର ସମୀର ବିଶୋଇ (୩୧)ଙ୍କୁ ରାସୋଳ ପୋଲିସ ଗିରଫ କରିଛି। ଗତ ଫେବୃୟାରୀରେ କୁକୁଟା ଗ୍ରାମରେ କ୍ରିକେଟ ଖେଳ ଚାଲିଥିବାବେଳେ କମେଣ୍ଟମରାକୁ ନେଇ ଗଣ୍ଡଗୋଳ ହୋଇଥିଲେ। ଏଥିରେ ବୁନୁ ସମ୍ପୃକ୍ତ ୪ଜଣଙ୍କୁ ମାଡ଼ ମାରି ଲହୁଲୁହାଣ କରିଦେଇଥିଲେ। ଘଟଣା ଥାନାକୁ ଯାଇ ନ ଥିଲେ ମଧ୍ୟ ପ୍ରତିଶୋଧ ନେବାକୁ ଅଭିଯୁକ୍ତମାନେ ବାଟ ଖୋଜୁଥିଲେ। ଗତ ଶୁକ୍ରବାର ବୁନୁଙ୍କୁ ଏକାକୀ ପାଇ ସେମାନେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଥିବା ତଦନ୍ତରୁ ପୋଲିସ ଜାଣିବାକୁ ପାଇଛି।
ଘଟଣା ସମ୍ପର୍କରେ ସୂଚନା ଦେଇ ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର କହିଛନ୍ତି ଯେ, ଗତ ଶୁକ୍ରବାର ଖପରାନାଳ ନିକଟ ଏକ ଜମିରୁ ବୁନୁଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରାଯାଇଥିଲା। ପାରିପାର୍ଶ୍ୱିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଜଣାପଡ଼ିଥିଲା। ମୃତକଙ୍କ ସ୍ତ୍ରୀ ଯଶୋବନ୍ତୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଘଟଣା ଦିନ ବୁନୁ ପଞ୍ଚପଡ଼ାକୁ କାମ କରିବାକୁ ଯାଇଥିଲେ। ଫେରିବାରେ ବିଳମ୍ବ ହେବ ବୋଲି ସେ ଘରକୁ ଫୋନ୍‌ କରି କହିଥିଲେ। ତେବେ ଏହାର କିଛି ଘଣ୍ଟା ପରେ ବୁନୁଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଥିଲା। ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବା ଚ୍ୟାଲେଞ୍ଜ ପାଲଟିଥିବାବେଳେ ଆଇଆଇସି ବିଜୟ ହାଇବ୍ରୁ, ଏଏସ୍‌ଆଇ ସୌମ୍ୟରଞ୍ଜନ ନାଥ, ପ୍ରଦୀପ ଶତପଥୀ, ବୈକୁଣ୍ଠନାଥ ଘଡ଼ାଇ, ସରୋଜ ପାଣିଙ୍କୁ ନେଇ ଏକ ଟିମ୍‌ ଗଠନ କରାଯାଇଥିଲା। ଘଟଣା ଦିନ ବୁନୁ ସାଇକେଲରେ ଘରକୁ ଫେରିବା ବାଟରେ ପ୍ରଶାନ୍ତ ଦେଖିଥିଲେ। ତେବେ ବୁନୁ କୌଶଳକ୍ରମେ ସେଠାରୁ ଖସିଆସିବାକୁ ସକ୍ଷମ ହୋଇଥିଲେ। ଏହି ସମୟରେ ଏକ ସ୍କୁଟିରେ ମହେଶ୍ୱର, ଟୁବୁଲ, ସମୀର ଆସୁଥିବାବେଳେ ପ୍ରଶାନ୍ତ ସେମାନଙ୍କୁ ଆଗରେ ଛାଡ଼ି ଦେବାକୁ କହିଥିଲେ। ସମସ୍ତେ ବୁନୁଙ୍କ ନିକଟତର ହେବାପରେ ଉତ୍ତ୍ୟକ୍ତ ପ୍ରଶାନ୍ତ ପ୍ରଥମେ ଏକ ଠେଙ୍ଗାରେ ଓ ପରେ କାତିରେ ତାଙ୍କୁ ଆକ୍ରମଣ କରିଥିଲେ। ଏହା ଦେଖି ଅନ୍ୟମାନେ ଭୟଭୀତ ହୋଇ ଫେରି ଆସିଥିଲେ। ତେବେ ଉତ୍ତ୍ୟକ୍ତ ପ୍ରଶାନ୍ତ ତାଙ୍କୁ ନିର୍ମମ ଭାବେ ହାଣି ହତ୍ୟା କରିଥିଲେ। ଏ ନେଇ ନଂ.୮୨/୨୦ରେ ଏକ ମାମଲା ରୁଜୁ କରାଯାଇଥିବା ଏସ୍‌ଡିପିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri