ମାଡ଼ିଗଲା କାର୍‌: ଜଣେ ମୃତ, ଶିଶୁ ସମେତ ୫ ଗୁରୁତର

ଫୁଲବାଣୀ ଅଫିସ,୭ା୬- ଫୁଲବାଣୀ ସହର ନାରାୟଣୀ ମନ୍ଦିର ଛକ ପାଖରେ ଏକ କାର ରାସ୍ତାରେ ଚାଲି ଚାଲି ଯାଉଥିବା ୬ଜଣ ଲୋକଙ୍କ ଉପରେ ମାଡି ଯାଇଛି। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ୪ ବର୍ଷ ଶିଶୁ ସମେତ ୫ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଫୁଲବାଣୀ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତ ମହିଳା ଜଣକ ହେଲେ କବରଖାନା ସାହିର ଲକ୍ଷ୍ମୀପ୍ରିୟା ମୁନି।
ମିଳିଥିବା ସୂଚନା ଅନୁଯାୟୀ, ରାତି ପ୍ରାୟ ୯ଟା ୨୦ରେ ଗାନ୍ଧୀଛକ ପଟୁ ଆସୁଥିବା ଏକ କାର ନାରାୟଣୀ ମନ୍ଦିର ଛକ ନିକଟରେ ରାସ୍ତାରେ ଯାଉଥିବା ୬ଜଣଙ୍କ ଉପରେ ମାଡି ଯାଇଥିଲା। ବେପରୁଆ ଗାଡି ଚାଳନା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଦୁର୍ଘଟଣା ପରେ ଡ୍ରାଇଭର ଫେରାର ହେବାକୁ ଉଦ୍ୟମ କଲାବେଳେ ସ୍ଥାନୀୟ ଲୋକେ ମାଦିକୁନ୍ଦା ଛକ ନିକଟରେ ଗାଡିକୁ ଅଟକାଇବାା ସହ ରାସ୍ତାରୋକୋ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଡ୍ରାଇଭରଙ୍କୁ ଉଦ୍ଧାର କରି ମେଡିକାଲକୁ ଆଣିଥିଲେ। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri