Posted inଜାତୀୟ

ମାଡ଼ି ଆସୁଛି ବାୟୁ : ଲୋକେ ଆତଙ୍କିତ; ଗୁଜରାଟରେ ହାଇ ଆଲର୍ଟ

ଅହମ୍ମଦାବାଦ୍‌ ୧୨।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ମୁହାଁ ହୋଇଛି। ଗୁରୁବାର ସକାଳେ ଏହା ଗୁଜରାଟ ଉପକୂଳ ଅଞ୍ଚଳରେ ଲାଣ୍ଡଫଲ୍‌ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ପବନର ବେଗ ଘଣ୍ଟା ପ୍ରତି ୭୫ କିଲୋମିଟରରୁ ୧୩୫ କିଲୋମିଟର ରହିବାର ଆଶଙ୍କା ରହିଛି। ବାତ୍ୟା ବାୟୁକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଥିବାବେଳେ ରାଜ୍ୟ ସରକାର ଏହାର ମୁକାବିଲା ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ ଉଉପକୂଳ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ଅସ୍ଥାୟୀ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଥିବା ସ୍ଥାନୀୟ ପ୍ରଶାସନ କହିଛି। ଉଦ୍ଧାରକାରୀ ଦଳଙ୍କୁ ସଜାଗ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ କଲେଜ ବନ୍ଦ କରାଯାଇଥିବାବେଳେ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri