ମାଡ଼ୁଛି ରୋଗ, ଗଡ଼ୁଛି ମୁଣ୍ଡ

ନୂଆଦିଲ୍ଲୀ,୧୦।୪: କରୋନା ମହାମାରୀକୁ ରୋକିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିଲେ ହେଁ ସ୍ଥିତିରେ ସୁଧାର ଆସିପାରୁ ନାହିଁ। କ୍ରମଶଃ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଆକ୍ରାନ୍ତଙ୍କ ସହ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଗୁରୁବାର ଦେଶରେ ପୁଣି ୬୭୨ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ୧୯ ଜଣଙ୍କ ଜୀବନ ଯାଛନ୍ତି। ମହାରାଷ୍ଟ୍ରରେ ୯, ଦିଲ୍ଲୀରେ ୩, ମଧ୍ୟପ୍ରଦେଶରେ ୨, ଗୁଜରାଟ, କର୍ନାଟକ, ଜମ୍ମୁ-କଶ୍ମୀର, ଝାଡ଼ଖଣ୍ଡ ଏବଂ ପଞ୍ଜାବରେ ଜଣେ ଲେଖାଏ ବ୍ୟକ୍ତିଙ୍କ ଗୁରୁବାର ମୃତ୍ୟୁ ଘଟିଛି। ଏଥିସହ ଇତିମଧ୍ୟରେ ଭାରତରେ ମୃତ୍ୟୁସଂଖ୍ୟା ୧୯୯କୁ ବୃଦ୍ଧିପାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୫୮୮ରେ ପହଞ୍ଚିଛି। ଦେଶବ୍ୟାପୀ ମୋଟ ୫୯୮ ବ୍ୟକ୍ତି ଆରୋଗ୍ୟ ଲାଭ କରିଥିଲେ ହେଁ ପରିସ୍ଥିତି ଜଟିଳ ହେବାରେ ଲାଗିଛି। ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ଗୋଟିଏ ଦିନରେ ଏଠାରେ ୨୧୧ ପଜିଟିଭ ମାମଲା ଦେଖିବାକୁ ମିଳିଛି। ଏବେସୁଦ୍ଧା ଏଠାରେ ମୃତ୍ୟୁସଂଖ୍ୟା ୮୧ ରହିଥିବା ବେଳେ ରୋଗୀସଂଖ୍ୟା ୧,୩୪୬ରେ ପହଞ୍ଚିଛି। ତାମିଲନାଡ଼ୁରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୮୩୪ ରହିଛି। ରାଜଧାନୀ ଦିଲ୍ଲୀରେ ୧୨ ଜୀବନ ଯାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୭୨୦କୁ ବଢ଼ିଛି। ଏହାଛଡ଼ା ତେଲଙ୍ଗାନାରେ ୪୭୧, ରାଜସ୍ଥାନରେ ୪୩୦, ଉତ୍ତରପ୍ରଦେଶରେ ୩୬୧, ଆନ୍ଧ୍ରପ୍ରଦେଶରେ ୩୪୮, ମଧ୍ୟପ୍ରଦେଶରେ ୩୯୧, କେରଳରେ ୩୫୭, ଗୁଜରାଟରେ ୨୬୨, କର୍ନାଟକରେ ୧୯୭, ଜମ୍ମୁ-କଶ୍ମୀରରେ ୧୮୪, ପଞ୍ଜାବରେ ୧୩୦ କରୋନା ରୋଗୀ ଅଛନ୍ତି। ଲକ୍‌ଡାଉନ୍‌ ସତ୍ତ୍ୱେ ବିଗିଡ଼ିବାରେ ଲାଗିଛି ଭାରତରେ କରୋନା ସଂକ୍ରମଣର ସ୍ଥିତି। ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ୱ ରକ୍ଷା ଲାଗି ପରାମର୍ଶ ଦେଇଛନ୍ତି ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri