କେନ୍ଦ୍ରାପଡା ଅଫିସ, ୧୧।୭
ଟାଉନ ଥାନାରେ ଅଟକ ଥିବା ସ୍ଥାନୀୟ ଏକ ମଦ୍ରାସାର ମୌଲବୀଙ୍କୁ ଗୁରୁବାର ଆପୋସ ବୁଝାମଣା ପରେ ଛାଡ଼ି ଦେଇଛି ପୋଲିସ। ହେଲେ ଏଥିପାଇଁ ମୌଲବୀ ମଦ୍ରାସା ଛାଡ଼ିବା ସହିତ ଚାକିରୀରୁ ଭିଆରଏସ୍ ନେବେ ବୋଲି ପ୍ରତିପକ୍ଷଙ୍କୁ ଲେଖିତ ଆକାରରେ ଦେଇଛନ୍ତି।
ସୂଚନାଯୋଗ୍ୟ, ଉକ୍ତ ମଦ୍ରାସାରେ ବେଆଇନ କାର୍ଯ୍ୟ ଚାଲୁଥିବା ନେଇ ଅଭିଯୋଗ ଆସିଥିଲା। ଏ ନେଇ ଜମାତ ଅଲହଦିସେ ପକ୍ଷରୁ ମଦ୍ରାସାର ମୌଲବୀଙ୍କୁ ଉକ୍ତ ସ୍ଥାନ ଛାଡ଼ି ଚାଲିଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହାପରେ ସମ୍ପୃକ୍ତ ମୌଲବୀ କିଛିଦିନ ପାଇଁ ନିଜ ରାଜ୍ୟ ବିହାର ଚାଲିଯାଇଥିଲେ। ବୁଧବାର ମୌଲବୀ ତାଙ୍କ ପୁଅଙ୍କ ସହ ଆସି ସହରରେ ପହଞ୍ଚତ୍ବା ସହ ମଦ୍ରାସା ଛାଡ଼ିବା ପାଇଁ ନିର୍ଦ୍ଦେଶ ଦେଇଥିବା ଜମାତର ସଦସ୍ୟ ତଥା ସହରର ଫକିରାବାଦ ଅଞ୍ଚଳର ସେକ୍ ତଫିକଉଦ୍ଧିନଙ୍କୁ ତାଙ୍କ ଦୋକାନରେ ପଶି ମାଡ଼ ମାରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏ ନେଇ ଥାନରେ ଅଭିଯୋଗ ହେବା ପରେ ପୋଲିସ ସମ୍ପୃକ୍ତ ମୌଲବୀଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଥିଲା। ତେବେ ଏହି ଘଟଣାରେ ଉଭୟ ପକ୍ଷଙ୍କ ମଧ୍ୟରେ ଆପୋସ ବୁଝାମଣା ପରେ ପୋଲିସ ମୌଲବୀଙ୍କୁ ଛାଡ଼ି ଦେଇଥିବା ଜଣାପଡ଼ିଛି।
Posted inକେନ୍ଦ୍ରାପଡ଼ା View All
ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…
ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…
ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ
ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…
ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

