ମାଣତ୍ରୀ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ: ଜ୍ୟୋତିର୍ଲିଙ୍ଗରେ ବେଲପତ୍ର ସହ ତୁଳସୀ ଲାଗି

ବଡସାହି,୧୩ା୧୧(ସ୍ବ.ପ୍ର)- ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବଡ଼ସାହି ବ୍ଲକ ମାଣତ୍ରୀସ୍ଥିତ ବାବା କଖାରୁଆ ବୈଦ୍ୟନାଥଙ୍କ ପୀଠରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି ା ପଞ୍ଚକ ୫ଦିନ ଧରି କଖାରୁଆ ମହାଦେବଙ୍କ ଜ୍ୟୋର୍ତିଲିଙ୍ଗରେ ଶ୍ରୀଜଗନ୍ନାଥଙ୍କ ଅତିପ୍ରିୟ ତୁଳସୀର ମଞ୍ଜରୀ(ଜଟା) ସହିତ ବେଲପତ୍ର ଚଢା ହୋଇଥିଲା। ତେବେ ଶିବ ଲିଙ୍ଗରେ ବେଲପତ୍ର ପ୍ରତିବଦଳରେ ତୁଳସୀର ଜଟା ଲାଗି ହେବା ସ୍ବତନ୍ତ୍ରତା ଥିବାରୁ ଭକ୍ତଙ୍କ ଗହଳି ଲାଗିଥିଲା ା ପଞ୍ଚକ ସମୟରେ ଭାଗବତ ମତ ଅନୁଯାୟୀ ହରି ଓ ହରଙ୍କ ମିଳନ ହୋଇଥାଏ ା ଏଣୁ ହରିଙ୍କର ଅତିପ୍ରିୟ ତୁଳସୀ ଓ ହରଙ୍କ ଅତିପ୍ରିୟ ବେଲପତ୍ର ଲାଗି ହୋଇଥାଏ। ବହୁ ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁମାନେ ମଙ୍ଗଳବାର ବଡିଭୋରରୁ ଉଠି ମନ୍ଦିର ସନ୍ନିକଟ କୁଣ୍ଡିରେ ବୁଡ ପକାଇ ବୋଇତ ଭସାଇଥିଲେ। ପରେ ମହାଦେବଙ୍କୁ ପୂଜାପାଠ,ଦର୍ଶନ କରିବା ସହିତ ବେଢା ପରିକ୍ରମା କରିଥିଲେ। ମହାମୃତ୍ୟୁଞ୍ଜୟ ମନ୍ତ୍ର ଉଚ୍ଚାରଣ ସହିତ ଭଜନ ସଂକୀର୍ତ୍ତନରେ ପରିବେଶ ଭକ୍ତିମୟ ହୋଇପଡିଥିଲା। ସନ୍ଧ୍ୟାରେ ମହାଦେବଙ୍କ ସୁନାବେଶ ଦେଖିବା ପାଇଁ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା। ବର୍ଷ ବର୍ଷ ଧରି ଭକ୍ତଙ୍କ ଭିଡକୁ ଦେଖି ଉଠା ଦୋକାନୀଙ୍କ ପସରା ଦିନକୁ ଦିନ ବଢିବାରେ ଲାଗିଛି ା ଘରକରଣା ଜିନିଷ ଠାରୁ ଆରମ୍ଭ କରି ବିଭିନ୍ନ ସ୍ବାଦର ଖାଦ୍ୟ ପରିବେଷଣ କରୁଥିବା ଦୋକନୀଙ୍କ ଠାରେ ଦିନତମାମ ଭିଡ ଲାଗିଥିଲା। ତେବେ ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ଟ୍ରାଫିକ ନିୟନ୍ତ୍ରଣ ଅଭାବ ପାଇଁ ସଂଯୋଗକାରୀ ରାସ୍ତା ଭିଡ଼ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିଥିଲା ା ବିକେବି ଯୁବକ ସଂଘ ସଭାପତି ଓ ବଣିକ ସଂଘ କର୍ମକର୍ତ୍ତା ପରିସ୍ଥିତି ନିୟନ୍ତ୍ରଣ କରିଥିଲେ ା ସେହିପରି ଦେଉଳିଆ, ପ୍ରତାପପୁର, ସିଂହଟିଆ ଜଗନ୍ନାଥ ମନ୍ଦିର, ରାଧାକୃଷ୍ଣ ମନ୍ଦିର, ନୀଳକଣ୍ଠେଶ୍ୱର ମନ୍ଦିର ଓ ଶାଳଗାଁର ଗୋକୁଳ ଚନ୍ଦ୍ର ରାୟ ମହାପ୍ରଭୁଙ୍କ ମନ୍ଦିରମାନଙ୍କରେ ମଧ୍ୟ ଭକ୍ତଙ୍କ ସମାଗମ ହୋଇଥିଲା ା ବ୍ଲକରେ ପ୍ରବାହିତ ଗଙ୍ଗାହାର ଓ ବୁଢ଼ାବଳଙ୍ଗ ନଦୀ ଓ ଜଳାଶୟମାନଙ୍କରେ ପ୍ରତ୍ୟୁଷରେ ବୋଇତ ଭସାଣ ସାଙ୍ଗକୁ ଆତସବାଜି ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ଶାନ୍ତିଶୃଙ୍ଖଳା ରକ୍ଷା କରିବା ପାଇଁ ବୈଶିଙ୍ଗା ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri