ମାଣ ବସେଇଲେ ୧୦୦ ମହିଳା

ଭୁବନେଶ୍ୱର,୬।୧୨(ବ୍ୟୁରୋ):ଲକ୍ଷ୍ମୀପୁରାଣର ବାର୍ତ୍ତାକୁ ବିଶ୍ୱସ୍ତରରେ ପହଞ୍ଚାଇବା ଏବଂ ଯୁବପିଢ଼ି ତଥା ସହରବାସୀଙ୍କ ମଧ୍ୟରେ ମାଣବସା ଗୁରୁବାରର ଲୋକପ୍ରିୟତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ‘ଶ୍ରୀ ଉତ୍ସବ’ ଅନୁଷ୍ଠାନ ପକ୍ଷରୁ ସାର୍ବଜନୀନ ମହାଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଶହୀଦନଗର ଦୁର୍ଗାପୂଜା ମଣ୍ଡପଠାରେ ଆୟୋଜିତ ଏହି ନିଆରା କାର୍ଯ୍ୟକ୍ରମରେ ୧୦୦ରୁ ଊର୍ଦ୍ଧ୍ୱ ମହିଳା ଏକାଠି ବସି ମା’ଙ୍କ ପୂଜାର୍ଚ୍ଚନା ଓ ଆରାଧନା କରିବା ସହ ସମୂହଭାବେ ଲକ୍ଷ୍ମୀପୁରାଣ ପାଠ କରିଥିଲେ। ପରମ୍ପରା ଅନୁଯାୟୀ ଧଳା ଉପରେ ନାଲିଛିଟ ପକା ଶାଢ଼ୀ ପିନ୍ଧି ମୁଣ୍ଡରେ ଓଢ଼ଣା ଦେଇ ମହିଳାମାନେ ସମୂହଭାବେ ମାଣ ବସାଇଥିଲେ। ପିଠାମିଠା, ଫୁଲଫଳ ଦେଇ ପରିବାର, ରାଜ୍ୟ ଓ ଦେଶକୁ ସୁଖ ସମୃଦ୍ଧିରେ ଭରିଦେବାକୁ ମା’ଙ୍କ ନିକଟରେ ପ୍ରାର୍ଥନା କରିଥିଲେ। ସାର୍ବଜନୀନ ଭାବେ ଲକ୍ଷ୍ମୀପୂଜା କରିବା ପାଇଁ ଓଡ଼ିଶାରେ ୫ମ ଥର ପାଇଁ ‘ଶ୍ରୀ ଉତ୍ସବ’ ଆୟୋଜିତ ହୋଇଥିଲା। ପରିଷ୍କାର ପରିଚ୍ଛନ୍ନ, ମହିଳାମାନଙ୍କୁ ସମ୍ମାନ ଓ ଝୋଟି ଚିତା ମାଧ୍ୟମରେ ସେମାନଙ୍କ ଦକ୍ଷତା ପ୍ରଦର୍ଶନ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ‘ଶ୍ରୀ ଉତ୍ସବ’ କମିଟି ଅଧ୍ୟକ୍ଷ ଡ. ରିନା ରାଉତରାୟ ଓ ମୁଖ୍ୟ ଆବାହକ ପିନାକୀ ମହାନ୍ତି କହିଥିଲେ। ଉତ୍ସବର ମୁଖ୍ୟ ଉପଦେଷ୍ଟା ନିଶିକାନ୍ତ ମିଶ୍ର ଓ ଜଗଦାନନ୍ଦଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୨୦୧୪ରୁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଆସୁଛି। ଡିସେମ୍ବର ୧୯ ତାରିଖରେ ଶ୍ରୀଉତ୍ସବର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri