ମାଣ ବସେଇଲେ ୧୦୦ ମହିଳା

ଭୁବନେଶ୍ୱର,୬।୧୨(ବ୍ୟୁରୋ):ଲକ୍ଷ୍ମୀପୁରାଣର ବାର୍ତ୍ତାକୁ ବିଶ୍ୱସ୍ତରରେ ପହଞ୍ଚାଇବା ଏବଂ ଯୁବପିଢ଼ି ତଥା ସହରବାସୀଙ୍କ ମଧ୍ୟରେ ମାଣବସା ଗୁରୁବାରର ଲୋକପ୍ରିୟତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ‘ଶ୍ରୀ ଉତ୍ସବ’ ଅନୁଷ୍ଠାନ ପକ୍ଷରୁ ସାର୍ବଜନୀନ ମହାଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଶହୀଦନଗର ଦୁର୍ଗାପୂଜା ମଣ୍ଡପଠାରେ ଆୟୋଜିତ ଏହି ନିଆରା କାର୍ଯ୍ୟକ୍ରମରେ ୧୦୦ରୁ ଊର୍ଦ୍ଧ୍ୱ ମହିଳା ଏକାଠି ବସି ମା’ଙ୍କ ପୂଜାର୍ଚ୍ଚନା ଓ ଆରାଧନା କରିବା ସହ ସମୂହଭାବେ ଲକ୍ଷ୍ମୀପୁରାଣ ପାଠ କରିଥିଲେ। ପରମ୍ପରା ଅନୁଯାୟୀ ଧଳା ଉପରେ ନାଲିଛିଟ ପକା ଶାଢ଼ୀ ପିନ୍ଧି ମୁଣ୍ଡରେ ଓଢ଼ଣା ଦେଇ ମହିଳାମାନେ ସମୂହଭାବେ ମାଣ ବସାଇଥିଲେ। ପିଠାମିଠା, ଫୁଲଫଳ ଦେଇ ପରିବାର, ରାଜ୍ୟ ଓ ଦେଶକୁ ସୁଖ ସମୃଦ୍ଧିରେ ଭରିଦେବାକୁ ମା’ଙ୍କ ନିକଟରେ ପ୍ରାର୍ଥନା କରିଥିଲେ। ସାର୍ବଜନୀନ ଭାବେ ଲକ୍ଷ୍ମୀପୂଜା କରିବା ପାଇଁ ଓଡ଼ିଶାରେ ୫ମ ଥର ପାଇଁ ‘ଶ୍ରୀ ଉତ୍ସବ’ ଆୟୋଜିତ ହୋଇଥିଲା। ପରିଷ୍କାର ପରିଚ୍ଛନ୍ନ, ମହିଳାମାନଙ୍କୁ ସମ୍ମାନ ଓ ଝୋଟି ଚିତା ମାଧ୍ୟମରେ ସେମାନଙ୍କ ଦକ୍ଷତା ପ୍ରଦର୍ଶନ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ‘ଶ୍ରୀ ଉତ୍ସବ’ କମିଟି ଅଧ୍ୟକ୍ଷ ଡ. ରିନା ରାଉତରାୟ ଓ ମୁଖ୍ୟ ଆବାହକ ପିନାକୀ ମହାନ୍ତି କହିଥିଲେ। ଉତ୍ସବର ମୁଖ୍ୟ ଉପଦେଷ୍ଟା ନିଶିକାନ୍ତ ମିଶ୍ର ଓ ଜଗଦାନନ୍ଦଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୨୦୧୪ରୁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଆସୁଛି। ଡିସେମ୍ବର ୧୯ ତାରିଖରେ ଶ୍ରୀଉତ୍ସବର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri