Posted inଜାତୀୟ

ମାତୋଶ୍ରୀରେ ଚାଲିଲା ମନ୍ଥନ: ଶିବସେନା ପୁଣି ଦୋହରାଇଲା ମୁଖ୍ୟମନ୍ତ୍ରୀ ଆମ ଦଳର ହେବ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଅଛି। ଏହା ପୂର୍ବରୁ ଭାଜପା-ଶିବସେନା ମଧ୍ୟରେ ଥିବା ବିବାଦ ଛିଣ୍ଡୁନି। ଗୁରୁବାର ଶିବସେନା ପ୍ରମୁଖ ଉଦ୍ଧବ ଠାକରେଙ୍କ ବାସଭବନ ମାତୋଶ୍ରୀରେ ଏକ ଜରୁରୀ ବୈଠକ ବସିଥିଲା। ଏଥିରେ ଶିବସେନାର ସମସ୍ତ ନିର୍ବାଚିତ ବିଧାୟକ ଯୋଗ ଦେଇଥିଲେ। ବୈଠକ ପରେ ବିଧାୟକମାନେ କହିଛନ୍ତି, ଦଳର ଆଗାମୀ ଋଣନୀତି ଉଦ୍ଧବ ଠାକରେ ପ୍ରସ୍ତୁତ କରିବେ। ଶିବସେନା ଦଳର ହିଁ ଜଣେ ମୁଖ୍ୟମନ୍ତ୍ରୀ ହେବେ ବୋଲି ସେମାନେ ମତ ଦେଇଛନ୍ତି। ସେହିପରି ଭାଜପା ଦଳର ନେତାମାନେ ଗୁରୁବାର ରାଜ୍ୟପାଳଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ ଏବେ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ କରି ନାଗପୁର ଆସିଛନ୍ତି। ସେ ଆରଏସଏଏସ ମୁଖ୍ୟ ମୋହନ ଭାଗବତଙ୍କୁ ଭେଟି ଏନେଇ ଆଲୋଚନା କରିବେ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ମହାରାଷ୍ଟ୍ର ବିଧାନସଭାର ୨୮୮ଟି ଆସନରୁ ଭାଜପା ୧୦୫ଟି, ଶିବସେନା ୫୬, କଂଗ୍ରେସ ୪୪, ଏନସିପି ୫୪ ଓ ଅନ୍ୟାନ୍ୟ ଦଳ ୨୯ଟି ଆସନରେ ଜିତିଛନ୍ତି। ସରକାର ଗଢ଼ିବା ପାଇଁ ମ୍ୟାଜିକ ନମ୍ବର ୧୪୫ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri