Posted inଖେଳ

ମାତ୍ର ୧୯ବର୍ଷ ବୟସରେ ବିଶ୍ୱକପ୍‌ରେ ଦୁଇଥର ‘ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌’ ବିବେଚିତ ହୋଇଥିଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨୮।୫: ଦିନିକିଆ ଏବଂ ଟେଷ୍ଟ କ୍ରିକେଟରେ ରେକର୍ଡର ବର୍ଷା କରିଛନ୍ତି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ସେହିପରି ଯଦି ବିଶ୍ୱକପ୍‌ ରେକର୍ଡ ଉପରେ ନଜର ପକାଇବା, ତେବେ ଶୀର୍ଷରେ ଅଛନ୍ତି ସଚିନ। ବିଶ୍ୱକପରେ ସଚିନ ତେନ୍ଦୁଲକର ଭାରତୀୟ କ୍ରିକେଟ ଟିମର ଏପର୍ଯ୍ୟନ୍ତ ସବୁଠାରୁ ସଫଳ ଖେଳାଳି ରହିଛନ୍ତି। ବିଶ୍ୱକପରେ ତାଙ୍କ ନାଁରେ ସବୁଠାରେ ଅଧିକ ରନ ଏବଂ ଶତକର ରେକର୍ଡ ରହିଛି। ଏହାସହ ବିଶ୍ୱକପରେ ସବୁଠୁ କମ୍‌ ବୟସରେ ଦୁଇଥର ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ବିବେଚିତ ହେବା ରେକର୍ଡ ମଧ୍ୟ ସଚିନଙ୍କ ନାଁରେ ରହିଛି। ୧୯୮୯ରେ ମାତ୍ର ୧୬ବର୍ଷ ବୟସରେ ପାକିସ୍ତାନ ବିପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ ସଚିନ। ୧୯୯୨ରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ଆୟୋଜିତ ବିଶ୍ୱକପ୍‌ ଦଳରେ ସେ ସ୍ଥାନ ପାଇଥିଲେ। ଏହି ଟୁର୍ନାମେଣ୍ଟରେ ସେ ମୋଟ ୮ଟି ମ୍ୟାଚ୍‌ ଖେଳି ଯଥାକ୍ରମେ ୩୫, ୧୧, ୫୪, ୮୧, ୪, ୮୪, ୧୪ ରନର ପାଳି ଖେଳି ଇତିହାସ ରଚିଥିଲେ। ଗୋଟିଏ ମ୍ୟାଚ୍‌ରେ ସେ ବ୍ୟାଟିଂ କରିବାର ସୁଯୋଗ ପାଇ ନ ଥିଲେ ବି ୮ଟି ମ୍ୟାଚ୍‌ରୁ ୩ଟି ଅର୍ଦ୍ଧଶତକ ହାସଲ କରି ଦୁଇଥର ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ବିବେଚିତ ହୋଇଥିଲେ। ସେତେବେଳକୁ ତାଙ୍କ ବୟସ ଥିଲା ମାତ୍ର ୧୯ବର୍ଷ। ବିଶ୍ୱର ପ୍ରଥମ ଖେଳାଳି ଭାବେ ଏହି ଉପଲବ୍ଧି ହାସଲ କରିଥିଲେ ସଚିନ୍‌, ଯାହା ଆଜି ପର୍ଯ୍ୟନ୍ତ ଅତୁଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri